Posted inଖେଳ

କୋହଲିଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଲେ ସୂର୍ଯ୍ୟକୁମାର!

ପାଲେକେଲ୍‌,୨୮।୭: ଭାରତୀୟ ଟି୨୦ ଟିମ୍‌ର ସ୍ଥାୟୀ ଅଧିନାୟକ ହେବା ପରେ ସୂର୍ଯ୍ୟକୁମାର ଯାଦବ ବିରାଟ କୋହଲି ଅନ୍ତର୍ଜାତୀୟ ଟି୨୦ରେ କରିଥିବା ଏକ ବିଶ୍ୱ ରେକର୍ଡର ସମକକ୍ଷ ହୋଇଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ ମୁକାବିଲାରେ ସେ ୨୬ ବଲ୍‌ରେ ୫୮ ରନ୍‌ର ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ୮ ଚୌକା ଏବଂ ୨ ଛକା ମାରିଥିଲେ। ତାଙ୍କ ଇନିଂସ ଯୋଗୁ ଟିମ୍‌ ଇଣ୍ଡିଆ ୭ ଉଇକେଟ ହରାଇ ୨୧୩ ରନ୍‌ କରିଥିଲା। ଜବାବରେ ଶ୍ରୀଲଙ୍କା ୧୭୦ ରନ୍‌ରେ ଅଲଆଉଟ୍‌ ହୋଇଥିଲା।

ତେବେ ଟିମ୍‌ ଇଣ୍ଡିଆର ବିଜୟ ପରେ ସୂର୍ଯ୍ୟକୁମାରଙ୍କୁ ‘ପ୍ଲେୟାର ଅଫ୍‌ ଦ ମ୍ୟାଚ୍‌’ ଭାବେ ବିବେଚିତ କରାଯାଇଥିଲା। ଏଥିସହ ସେ କୋହଲିଙ୍କ ଅନ୍ତର୍ଜାତୀୟ ଟି୨୦ରେ ସର୍ବାଧିକ ଥର ମ୍ୟାଚ୍‌ ଅଫ୍‌ ଦ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡକୁ ଭାଙ୍ଗିଥିଲେ। କୋହଲି କ୍ୟାରିୟରରେ ୧୨୫ ମ୍ୟାଚ୍‌ରେ ୧୬ ଥର ପ୍ଲେୟାର ଅଫ ଦ ମ୍ୟାଚ୍‌ ହୋଇଥିବା ବେଳେ ସୂର୍ଯ୍ୟକୁମାର ୬୯ତମ ମ୍ୟାଚ୍‌ରେ ଏହାକୁ ହାସଲ କରିନେଇଛନ୍ତି।

ସେହିଭଳି ସୂର୍ଯ୍ୟକୁମାର ଅଷ୍ଟମ ଥର ଲାଗି ଭାରତର ଅଧିନାୟକତ୍ୱ କରିଥିବା ବେଳେ ଦଳକୁ ଷଷ୍ଠ ବିଜୟ ଦେଇଛନ୍ତି। ଏଥିସହ ସେ ଭାରତ ଲାଗି ଅନ୍ତର୍ଜାତୀୟ ଟି୨୦ରେ ସର୍ବାଧିକ ବିଜୟ ହାସଲ କରିଥିବା ଅଧିନାୟକଙ୍କ ତାଲିକାରେ ପ୍ରତିଶତ ଦୃଷ୍ଟିରୁ ଦ୍ୱିତୀୟରେ ପହଞ୍ଚିଛନ୍ତି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ୬୨ ମ୍ୟାଚ୍‌ରୁ ୪୯ରେ ବିଜୟ ହାସଲ କରିଛି। ତାଙ୍କ ବିଜୟ ପ୍ରତିଶତ ୭୯.୮୩ ଥିବା ବେଳେ ସୂର୍ଯ୍ୟକୁମାରଙ୍କ ବିଜୟ ପ୍ରତିଶତ ୭୫ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri