Posted inଖେଳ

କୋହଲିଙ୍କ ଶତକ, ଭୁବିଙ୍କ ଘାତକ ବୋଲିଂରେ ଭାରତ ବିଜୟୀ

ତ୍ରିନିଦାଦ,୧୨।୮- ପୋର୍ଟ ଅଫ୍‌ ସ୍ପେନସ୍ଥିତ କୁଇନ୍ସ ପାର୍କ ଓଭାଲଠାରେ ପ୍ରଥମେ ବିରାଟ କୋହଲିଙ୍କ ଶତକ ଓ ପରେ ଭୁବନେଶ୍ୱର କୁମାର (ଭୁବି)ଙ୍କ ଘାତକ ବୋଲିଂ ବଳରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌କୁ ଭାରତୀୟ ଦଳ ଡିଏଲଏସ୍‌ ନିୟମରେ ୫୯ ରନ୍‌ରେ ଜିତି ନେଇଛି। ଏହି ବିଜୟ ସହ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଭାରତ ୧-୦ରେ ଆଗୁଆ ରହିଛି। ସିରିଜର ପ୍ରଥମ ମ୍ୟାଚ୍‌ ବର୍ଷା ଯୋଗୁ ଧୋଇ ହୋଇଯାଇଥିଲା। ଅନ୍ତିମ ମ୍ୟାଚ୍‌ ବୁଧବାର ସମାନ ଭେନ୍ୟୁରେ ଖେଳାଯିବ। ଦିନିକିଆ କ୍ୟାରିୟରର ୪୨ତମ ଶତକ ହାସଲ କରିଥିବା କୋହଲିଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ଧାର୍ଯ୍ୟ ୫୦ ଓଭରରେ ୭ ଉଇକେଟ ହରାଇ ୨୭୯ ରନ୍‌ କରିଥିଲା। ଦଳ ପାଇଁ କୋହଲି ସର୍ବାଧିକ ୧୨୦ ଓ ଯୁବ ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାର ୭୧ ରନ୍‌ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରିଷଭ ପନ୍ତ (୨୦), ରୋହିତ ଶର୍ମା (୧୮), ରବୀନ୍ଦ୍ର ଜାଡେଜା (୧୬) ଓ କେଦାର ଯାଦବ (୧୬) ବଡ଼ ଇନିଂସ ଖେଳିବାରେ ବିଫଳ ହୋଇଥିଲେ। ଘରୋଇ ଦଳ ପାଇଁ କାର୍ଲୋସ ବ୍ରାଥଓ୍ବେଟ ୩ ଉଇକେଟ ନେଇଥିଲେ। ପରେ ବର୍ଷା ଯୋଗୁ ଡିଏଲଏସ୍‌ ନିୟମ ଅନୁଯାୟୀ ଓ୍ବେଷ୍ଟଇଣ୍ଡିଜ ଆଗରେ ୪୬ ଓଭରରେ ୨୭୦ ରନ୍‌ର ବିଜୟଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଜବାବରେ ଇଭିନ ଲୁଇସଙ୍କ ୬୫ ଓ ନିକୋଲାସ ପୁରନଙ୍କ ୪୨ ରନ୍‌ର ଇନିଂସ ସତ୍ତ୍ୱେ ଓ୍ବେଷ୍ଟଇଣ୍ଡିଜ ଦଳ ୪୨ ଓଭରରେ ୨୧୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। କ୍ୟାରିୟରର ଅନ୍ତିମ ଅନ୍ତର୍ଜାତୀୟ ସିରିଜ ଖେଳୁଥିବା କ୍ରିସ୍‌ ଗେଲ (୧୧) ଆଖିଦୃଶିଆ ପ୍ରଦର୍ଶନ କରିପାରି ନ ଥିଲେ। ତାଙ୍କ ଭଳି ଶାଇ ହୋପ (୫), ଶିମରୋନ ହେଟମାଇର (୧୮), ରୋଷ୍ଟନ ଚେଜ (୧୮), ଜାସୋନ ହୋଲ୍ଡର (୧୩*) ଓ ଶେଲ୍ଡନ କଟ୍ରେଲ (୧୭) ମଧ୍ୟ ଫେଲ୍‌ ମାରିଥିଲେ। ବିଜୟୀ ଦଳ ପକ୍ଷରୁ ଭୁବି ସର୍ବାଧିକ ୪ ଉଇକେଟ ନେଇଥିବାବେଳେ ମହମ୍ମଦ ସାମି ଓ କୁଲଦୀପ ଯାଦବ ୨ଟି ଲେଖାଏ ସଫଳତା ପାଇଥିଲେ।
ସଂକ୍ଷିପ୍ତ ସ୍କୋର:
ଭାରତ- ୫୦ ଓଭରରେ ୨୭୯/୭ (ବିରାଟ କୋହଲି ୧୨୦, ଶ୍ରେୟାସ ଆୟାର ୭୧, କାର୍ଲୋସ ବ୍ରାଥଓ୍ବେଟ ୩/ ୫୩)।
ଓ୍ବେଷ୍ଟଇଣ୍ଡିଜ- ୪୨ ଓଭରରେ ୨୧୦/ ଅଲଆଉଟ୍‌ (ଇଭିନ ଲୁଇସ ୬୫, ନିକୋଲାସ ପୁରନ ୪୨, ଭୁବନେଶ୍ୱର କୁମାର ୪/୩୧, ମହମ୍ମଦ ସାମି ୨/୩୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri