Posted inଖେଳ

କୋହଲିଙ୍କ ସହିତ ଖେଳିଥିବାରୁ ଭାଗ୍ୟବାନ ମନେ କରୁଛି: ଓ୍ବିଲିୟମସନ

ମୁମ୍ବାଇ,୭।୬(ପି.ଟି.): ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ। କୋହଲିଙ୍କ ସହିତ ଖେଳିଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି ବୋଲି ସେ କହିଛନ୍ତି। ଜଣେ ଯୁବରୁ ପରିପକ୍ୱ କ୍ରିକେଟର ହୋଇଥିବା କୋହଲିଙ୍କୁ ଆରମ୍ଭରୁ ଅତି ନିକଟରୁ ଲକ୍ଷ୍ୟ କରିଆସିଛି ବୋଲି ସେ କୁହନ୍ତି।
କୋହଲି ଓ ଓ୍ବିଲିୟମସନ ମାଲେସିଆରେ ଅନୁଷ୍ଠିତ ୨୦୦୮ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ୧୯ ବର୍ଷରୁ କମ୍‌ରେ ଅଂଶଗ୍ରହଣ କରିଥିଲେ। ଏଥିରେ ଭାରତ ଚାମ୍ପିୟନ ହୋଇଥିଲା। ଏହାପରେ ଏହି ଦୁଇ କ୍ରିକେଟର ବିଶ୍ୱର ମହାନ୍‌ ବ୍ୟାଟ୍ସମ୍ୟାନରେ ପରିଣତ ହୋଇଛନ୍ତି। ପରସ୍ପର ବିପକ୍ଷରେ ଖେଳୁଥିବାରୁ ଆମେ ନିଜକୁ ଭାଗ୍ୟବାନ ମନେ କରୁଛୁ। କୋହଲି ଇତିମଧ୍ୟରେ ବହୁତ ଉନ୍ନତି କରି ଦୃଷ୍ଟାନ୍ତ ସୃଷ୍ଟି କରିଛନ୍ତି ବୋଲି ଷ୍ଟାର ସ୍ପୋଟର୍‌ସ ଶୋ ‘କ୍ରିକେଟ କନେକ୍‌ଟେଡ’ରେ ଅଂଶଗ୍ରହଣ କରି ସେ କହିଛନ୍ତି। ୨୦୦୮ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଭାରତ ଓ ନ୍ୟୁଜିଲାଣ୍ଡ ପରସ୍ପରକୁ ଭେଟିଥିଲେ। ରବୀନ୍ଦ୍ର ଜାଡେଜା, ଟ୍ରେଣ୍ଟ ବୋଲ୍ଟ ଓ ଟିମ୍‌ ସୌଦିଙ୍କ ଭଳି ଖେଳାଳି ମଧ୍ୟ ଏହି ମ୍ୟାଚ୍‌ ଖେଳିଥିଲେ।
ଓ୍ବିଲିୟମସନଙ୍କ ନେତୃତ୍ୱରେ ନ୍ୟୁଜିଲାଣ୍ଡ ୨୦୧୯ ଆଇସିସି ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଥିଲା। କ୍ରିକେଟ ସମ୍ପର୍କରେ କୋହଲିଙ୍କ ସହିତ ମୋର ଏକାଧିକବାର ଆଲୋଚନା ହୋଇଛି। ଦୀର୍ଘଦିନ ଧରି ଆମେ ପରସ୍ପର ବିପକ୍ଷରେ ଖେଳି ଆସିଛୁ। ତାଙ୍କ ସହିତ ଖେଳି ବହୁତ କିଛି ଜାଣିବାକୁ ସକ୍ଷମ ହୋଇଛି ଓ ଏଥିପାଇଁ ନିଜକୁ ଭାଗ୍ୟବାନ ମନେ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?