Posted inଖେଳ

କୋହଲି,ରୋହିତଙ୍କୁ ଅପେକ୍ଷା କରୁଛି ରେକର୍ଡ

ଧର୍ମଶାଳା,୧୪।୯: ଏଠାରେ ରବିବାର ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉପ-ଅଧିନାୟକ ରୋହିତ ଶର୍ମା ବ୍ୟକ୍ତିଗତ ରେକର୍ଡ ଅଧିକାରୀ ହୋଇପାରନ୍ତି। ରୋହିତ ବର୍ତ୍ତମାନ ଟି୨୦ ଫର୍ମାଟରେ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନ। ତାଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ରହିଛନ୍ତି କୋହଲି। ଦୁହିଁଙ୍କ ମଧ୍ୟରେ ୫୩ ରନ୍‌ର ବ୍ୟବଧାନ ରହିଛି। ରୋହିତ ୮୮ ଇନିଂସରେ ୨୪୨୨ ରନ୍‌ କରିଥିବାବେଳେ ୬୫ ଇନିଂସରେ କୋହଲି ୨୩୬୯ ରନ୍‌ କରିଛନ୍ତି। ଏଣୁ ରୋହିତ ଏକ ବଡ଼ ଇନିଂସ ଖେଳି ନିଜର ଅଗ୍ରଣୀ ବ୍ୟବଧାନକୁ ଅଧିକ ଦୂରକୁ ନେବା ପାଇଁ ଲକ୍ଷ୍ୟ ରଖିଛନ୍ତି। ଅନ୍ୟପକ୍ଷରେ କୋହଲି ଏକ ଜବରଦସ୍ତ ଇନିଂସ ଖେଳି ରୋହିତଙ୍କୁ ପଛରେ ପକାଇବାକୁ ଚାହିଁବେ। କେବଳ ଏତିକି ନୁହେଁ ଆଉ ଏକ ତାଲିକାରେ ମଧ୍ୟ ଦୁହେଁ ଆଗପଛ ହୋଇ ରହିଛନ୍ତି। କୋହଲି ଓ ରୋହିତ ଏବେ ଟି୨୦ ଫର୍ମାଟରେ ସବୁଠୁ ଅଧିକ ଅର୍ଦ୍ଧଶତକ ଲଗାଇଥିବା ବ୍ୟାଟ୍ସମ୍ୟାନଙ୍କ ତାଲିକାର ଶୀର୍ଷରେ ରହିଛନ୍ତି। ରୋହିତ ଏପର୍ଯ୍ୟନ୍ତ ୧୭ ଅର୍ଦ୍ଧଶତକ ଓ ୪ ଶତକ ଲଗାଇସାରିଛନ୍ତି। କୋହଲିଙ୍କ ନାମରେ ୨୧ ଅର୍ଦ୍ଧଶତକ ରହିଛି, ଯାହାକି ଟି୨୦ରେ ସବୁଠୁ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri