Posted inଖେଳ

କୋହଲି କ୍ରିକେଟର ଆଉ ଏକ ‘ବିରାଟ’ ତାରକା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଆଜି ୩୧ତମ ଜନ୍ମଦିବସ। ଏହି ଦିନକୁ ଖାସ୍‌ କରିବା ପାଇଁ ସ୍ତ୍ରୀ ଅନୁଷ୍କା ସହ ଭୂଟାନରେ ପହଞ୍ଚିଛନ୍ତି କୋହଲି। ଏବେ ବିଶ୍ୱକ୍ରିକେଟରେ ରାଜ୍‌ କରୁଥିବା କୋହଲି ଅନେକ ରେକର୍ଡର ଅଧିକାରୀ ହୋଇଛନ୍ତି। କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କୁ ମଧ୍ୟ ସେ ପଛରେ ପକାଇ ଦେବେ ବୋଲି କ୍ରିକେଟ ପଣ୍ଡିତମାନେ କହିଛନ୍ତି। ୧୯୮୮ ମସିହା, ନଭେମ୍ବର ୫ ତାରିଖରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ ବିରାଟ। ୨୦୦୮ ଶ୍ରୀଲଙ୍କା ବିପକ୍ଷରେ ଅଗଷ୍ଟ ୧୮ରେ ନିଜ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିଲେ। ଏପର୍ଯ୍ୟନ୍ତ ସେ ୮୨ଟି ଷ୍ଟେ ଖେଳି ୫୪.୮ ହାରରେ ମୋଟ ୭୦୬୬ ରନ୍‌ କରିଛନ୍ତି। ସେଥିମଧ୍ୟରୁ ୨୬ଟି ଶତକ ଏବଂ ୨୨ଟି ଅର୍ଦ୍ଧଶତକ ସାମିଲ ଅଛି। ସେହିପରି ୨୩୦ଟି ଏକ ଦିବସୀୟ ମ୍ୟାଚ୍‌ରୁ ୬୦.୩ ହାରରେ ୧୧୫୨୦ ରନ୍‌ କରିଛନ୍ତି। ସେଥିମଧ୍ୟରେ ୪୩ଟି ଶତକ ଏବଂ ୫୪ଟି ଅର୍ଦ୍ଧଶତକ ସାମିଲ ଅଛି। ଟି-୨୦ରେ ୭୨ଟି ମ୍ୟାଚରୁ ୫୦.୦ ହାରରେ ୨୪୫୦ ରନ୍‌ କରିଛନ୍ତି। ସେଥିରେ ୨୨ଟି ଅର୍ଦ୍ଧଶତକ ସାମିଲ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri