Posted inଖେଳ

କୋହଲି-ଡି’ଭିଲର୍ସଙ୍କ ଟିମ୍‌ରେ ଧୋନୀ ଅଧିନାୟକ

ନୂଆଦିଲ୍ଲୀ, ୨୬।୪- ଅନ୍ତର୍ଜାତୀୟ କ୍ରିକେଟରେ ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଓ ଦକ୍ଷିଣ ଆଫ୍ରିକାର ଏବି ଡି’ଭିଲର୍ସ ଦୁଇ ବନ୍ଧୁଭାବେ ବେଶ୍‌ ପରିଚିତ। ଦୁହେଁ ଇଣ୍ଡିଆନ ପ୍ରିମିିୟର ଲିଗ୍‌(ଆଇପିଏଲ୍‌)ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପକ୍ଷରୁ ଦୀର୍ଘଦିନଧରି ଖେଳି ଆସିଛନ୍ତି। କରୋନା ଭାଇରସ ସଂକ୍ରମଣ ଜନିତ ସମ୍ପ୍ରତି ଲକ୍‌ଡାଉନ୍‌ ସ୍ଥିତିରେ ଦୁଇ ବନ୍ଧୁ ଇନ୍‌ଷ୍ଟାଗ୍ରାମରେ ଲାଇଭ୍‌ ଚାଟ୍‌ ଅବସରରେ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳିଙ୍କୁ ନେଇ ଏକ ଟିମ୍‌ ଗଠନ କରିଛନ୍ତି। ମହେନ୍ଦ୍ର ସିଂ ଧୋନୀଙ୍କୁ ଏହି ଦଳର ଅଧିନାୟକ କରାଯାଇଛି। ଗ୍ୟାରୀ କର୍ଷ୍ଟେନ କୋଚ୍‌ ହୋଇଛନ୍ତି। ”ଧୋନୀଙ୍କ ପ୍ରତି ମୋର ଯଥେଷ୍ଟ ସମ୍ମାନ ରହିଛି। ସେ ସର୍ବଦା ଶାନ୍ତ ରହିଥାନ୍ତି ଏବଂ ଗେମ୍‌କୁ ଭଲଭାବେ ବୁଝିଛନ୍ତି“ ବୋଲି ଡି’ଭିଲର୍ସ ପ୍ରକାଶ କରିଛନ୍ତି। ଉଭୟ ଦଳର ଖେଳାଳିଙ୍କୁ ଦୃଷ୍ଟିିରେ ରଖିଲେ ଧୋନୀ ହିଁ ପସନ୍ଦର ଅଧିନାୟକ ବୋଲି କୋହଲି କହିଛନ୍ତି। ଦୀର୍ଘଦିନଧରି ଆର୍‌ସିବି ପକ୍ଷରୁ ଖେଳି ଆସୁଥିଲେ ହେଁ ଏହି ଫ୍ରାଞ୍ଚାଇଜ୍‌ ଛାଡ଼ିବାକୁ ଇଚ୍ଛାନାହିଁ, ବରଂ ଏହି ଦଳ ପାଇଁ ଆଇପିଏଲ୍‌ ଟାଇଟଲ ଜିତିବା ତାଙ୍କର ଅଭିଳାଷ ରହିଛି ବୋଲି ସେ ପ୍ରକାଶ କରିଛନ୍ତି।
କୋହଲି-ଡି’ଭିଲର୍ସଙ୍କ ଦଳ: ସଚିନ ତେନ୍ଦୁଲକର, ରୋହିତ ଶର୍ମା, ବିରାଟ କୋହଲି, ଏବି ଡି’ଭିଲର୍ସ, ଜ୍ୟାକ୍ସ କାଲିସ, ମହେନ୍ଦ୍ର ସିଂ ଧୋନୀ(ଅଧିନାୟକ), ଯୁବରାଜ ସିଂ, ୟୁଜବେନ୍ଦ୍ର ଚହଲ, ଡେଲ୍‌ ଷ୍ଟେଇନ, ଯଶପ୍ରୀତ ବୁମ୍‌ରା ଓ କାଗିସୋ ରାବାଡ଼ା ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ

ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri