Posted inଖେଳ

‘କୋହଲି ନୁହେଁ, ଏବେ ବି ଧୋନୀ ଶ୍ରେଷ୍ଠ ଅଧିନାୟକ’

ନୂଆଦିଲ୍ଲୀ,୫।୯:ଓ୍ବେଷ୍ଟଇଣ୍ଡିଜରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ କେବଳ ଟେଷ୍ଟ ସିରିଜ୍‌ ଜିତିନାହିଁ ବରଂ ଟେଷ୍ଟରେ ଭାରତର ସବୁଠୁ ସଫଳତମ ଅଧିନାୟକ ହେବାର ମଧ୍ୟ ସୌଭାଗ୍ୟଲାଭ କରିଛନ୍ତି ସେ। ବିରାଟ ୪୮ଟି ଟେଷ୍ଟ ମ୍ୟାଚରେ ଭାରତର ନେତୃତ୍ୱ ନେଇ ୨୮ଟି ବିଜୟ ହାସଲ କରିଥିବାବେଳେ ଧୋନୀ ୬୦ଟି ଟେଷ୍ଟରେ ୨୭ଥର ଭାରତ ପାଇଁ ବିଜୟ ଆଣିଦେଇଛନ୍ତି। କିନ୍ତୁ ବିରାଟ ଭାରତର ସର୍ବଶ୍ରେଷ୍ଟ ଟେଷ୍ଟ ଅଧିନାୟକ ବୋଲି ଭାରତୀୟ ଦଳର ପୂର୍ବତନ ଉଇକେଟକିପର୍‌ ସୟଦ କିରମାନିଙ୍କୁ ଲାଗୁନାହିଁ। ସେ କହିଛନ୍ତି, ଯେତେବେଳେ ଧୋନୀ ଭାରତୀୟ ଦଳର ନେତୃତ୍ୱ ନେଉଥିଲେ ସେତେବେଳେ ଭାରତ ୩ଟି ବିଭାଗ(ଟେଷ୍ଟ, ଏକଦିବସୀୟ ଏବଂ ଟି-୨୦)ରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରୁଥିଲା। କୋହଲି ତାଙ୍କ ଭଳି ସଫଳତା ପାଇବା ପାଇଁ ଆହୁରି ସମୟ ଲାଗିବ। ବିରାଟଙ୍କ ନେତୃତ୍ୱରେ ଏପର୍ଯ୍ୟନ୍ତ ଭାରତ କୌଣସି ଆଇସିସି ଟୁର୍ନାମେଣ୍ଟ ଜିତିପାରିନାହିଁ। ଧୋନୀଙ୍କଠାରୁ ଆଗକୁ ଜିବାକୁ ହେଲେ ବିରାଟଙ୍କ ଆଇସିସି ଟ୍ରଫି ଜିତିବାକୁ ହେବ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri