Posted inଖେଳ

କୋହଲି ଶୀର୍ଷ ସ୍ଥାନ ବଜାୟ ରଖିଲେ

ଦୁବାଇ,୮।୧(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ୍‌ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟିଂ ତାଲିକାରେ ପୂର୍ବପରି ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେ ତଳକୁ ଖସିଛନ୍ତି। ୯୨୮ ପଏଣ୍ଟ ସହ କୋହଲି ୧ ନମ୍ବର ସ୍ଥାନରେ ରହିଥିବା ବେଳେ ଅଷ୍ଟ୍ରେଲିଆ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ ୯୧୧ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି ପୂଜାରା ୭୯୧ ପଏଣ୍ଟ ପାଇ ଗୋଟିଏ ସ୍ଥାନ ତଳକୁ ଖସିବା ସହ ଷଷ୍ଠ ସ୍ଥାନରେ ରହିଛନ୍ତି। ଅନ୍ୟପଟେ ରାହାନେ ୭୫୯ ପଏଣ୍ଟ ପାଇ ଦୁଇଟି ସ୍ଥାନ ତଳକୁ ଖସି ନବମ ସ୍ଥାନରେ ରହିଛନ୍ତି।
ବୋଲିଂ ତାଲିକାରେ ଇଞ୍ଜୁରିରୁ ପ୍ରତ୍ୟାବର୍ତ୍ତନ କରିଥିବା ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ୍‌ ବୁମ୍‌ରା ୭୯୪ ପଏଣ୍ଟ ପାଇ ଷଷ୍ଠ ସ୍ଥାନ ବଜାୟ ରଖିଛନ୍ତି। ସେହିପରି ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ (୭୭୨ ପଏଣ୍ଟ) ଓ ଦ୍ରୁତ ବୋଲର ମହମ୍ମଦ ସାମି (୭୭୧) ଯଥାକ୍ରମେ ନବମ ଓ ଦଶମ ସ୍ଥାନରେ ରହିଛନ୍ତି। ଜବରଦସ୍ତ ଫର୍ମରେ ଥିବା ଅଷ୍ଟ୍ରେଲିଆର ମାର୍ନସ ଲାବୁସେନ ବ୍ୟାଟିଂ ତାଲିକାରେ କ୍ୟାରିୟର ଶ୍ରେଷ୍ଠ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଅନ୍ତିମ ଟେଷ୍ଟରେ ୨୧୫ ଓ ୫୯ ରନ ସ୍କୋର କରି ସେ ଗୋଟିଏ ସ୍ଥାନ ଉପରକୁ ଉଠି ଏହି ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri