Posted inଖେଳ

କୋହଲି ହୋଇପାରନ୍ତି ଦେଶର ସବୁଠୁ ସଫଳ ଅଧିନାୟକ

କିଙ୍ଗ୍‌ଷ୍ଟନ(ଜାମାଇକା),୨୯।୮- ବିରାଟ କୋହଲି କ୍ରିକେଟର ଲମ୍ବା ଫର୍ମାଟରେ ଭାରତର ସବୁଠୁ ସଫଳତମ ଅଧିନାୟକ ହେବାରୁ ମାତ୍ର ଆଉ ଗୋଟିଏ ପାଦ ଦୂରରେ ଅଛନ୍ତି। ଏଠାରେ ଶୁକ୍ରବାରଠାରୁ ଖେଳାଯିବାକୁ ଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଭାରତ ଜିତିବାକୁ ସକ୍ଷମ ହେଲେ କୋହଲି ଏହି ସମ୍ମାନର ଅଧିକାରୀ ହେବେ। ବର୍ତ୍ତମାନ କୋହଲି ୨୭ ଟେଷ୍ଟ ବିଜୟ ସହ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସମକକ୍ଷ ଅଛନ୍ତି। ସବିନା ପାର୍କରେ ଭାରତୀୟ ଦଳର ସଫଳତା କୋହଲିଙ୍କୁ ଆଣିଦେବ ୨୮ତମ ବିଜୟ, ଯାହା ଭାରତୀୟ ଅଧିନାୟକଙ୍କ ମଧ୍ୟରେ ସର୍ବାଧିକ। ଟେଷ୍ଟ ମ୍ୟାଚ୍‌ରେ ଧୋନୀଙ୍କ ବିଜୟ ପ୍ରତିଶତ ୪୫ ଥିଲା। ତାଙ୍କ ନେତୃତ୍ୱରେ ଦଳ ୨୭ ବିଜୟ, ୧୮ ପରାଜୟ ଓ ୧୫ ଡ୍ର’ ଥିଲା। ଅନ୍ୟପକ୍ଷରେ କୋହଲିଙ୍କ ଜିତିବାର ହାର ଏପର୍ଯ୍ୟନ୍ତ ୫୫.୩୧ ରହିଛି। ତାଙ୍କ ନେତୃତ୍ୱରେ ଭାରତ ୪୭ ଟେଷ୍ଟ ଖେଳି ୨୭ ବିଜୟ ହାସଲ କରିଛି। ରନ୍‌ମେସିନ ଏବେ ସୁଦ୍ଧା ବିଦେଶରେ ସବୁଠୁ ଅଧିକ ବିଜୟ ହାସଲ କରିଥିବା ଅଧିନାୟକ ହୋଇସାରିଛନ୍ତି। କୋହଲିଙ୍କ ନେତୃତ୍ୱରେ ଭାରତ ବାହାରେ ୨୬ ମ୍ୟାଚ୍‌ ଖେଳି ୧୨ ମ୍ୟାଚ୍‌ ଜିତିସାରିଛି। ତାଙ୍କ ପୂର୍ବରୁ ଏହି ରେକର୍ଡ ସୌରଭ ଗାଙ୍ଗୁଲିଙ୍କ ନାମରେ ଥିଲା। ସେ ଅଧିନାୟକ ଥିବାବେଳେ ୨୮ ମ୍ୟାଚ୍‌ ଖେଳି ଟିମ୍‌ ଇଣ୍ଡିଆ ୧୧ ମ୍ୟାଚ୍‌ ଜିତିଥିଲା। ଉଲ୍ଲେଖଥାଉ କି, ୨୦୧୪ ଅଷ୍ଟ୍ରେଲିଆ ଗସ୍ତରେ ଏକ ଟେଷ୍ଟ ପୂର୍ବରୁ ଧୋନୀ ଅବସର ଘୋଷଣା କରିଥିଲେ। ଏହାପରେ କୋହଲିଙ୍କୁ ନେତୃତ୍ୱ ଦିଆଯାଇଥିଲା। ତାଙ୍କ ନେତୃତ୍ୱରେ ଭାରତ ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆରେ ଟେଷ୍ଟ ସିରିଜ୍‌ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ…

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri