Posted inଜାତୀୟ

କୋହଳ ହେବନି ଏସ୍‌ସି,ଏସ୍‌ଟି ଆଇନ

ନୂଆଦିଲ୍ଲୀ,୪-୧୦(ପି.ଟି.):ଅନୁସୂଚିତ ଜାତି/ଜନଜାତି (ଏସ୍‌ସି/ଏସ୍‌ଟି) ଆଇନ, ୧୯୮୯ରେ ଥିବା ବ୍ୟବସ୍ଥାକୁ କୋହଳ କରାଯିବନି ବୋଲି ଗୁରୁବାର ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଯେଉଁ ମାମଲାରେ ଅଭିଯୁକ୍ତଙ୍କ ବିରୋଧରେ ପ୍ରମାଣ ନ ଥିବା ପ୍ରାଥମିକ ତଦନ୍ତରୁ ଜଣାପଡିବ, ସେ କ୍ଷେତ୍ରରେ ଆଗୁଆ ଜାମିନ ପ୍ରଦାନ କରାଯାଇପାରିବ ବୋଲି ସାମ୍ବିଧାନିକ ପୀଠ ପୂର୍ବରୁ ନିଷ୍ପତ୍ତି ଶୁଣାଇ ସାରିଥିବା ସର୍ବୋଚ୍ଚ ଅଦାଲତ କହିଛନ୍ତି।
ଏସ୍‌ସି/ଏସ୍‌ଟି ଆଇନରେ ଗିରଫଦାରି ବ୍ୟବସ୍ଥାକୁ କୋହଳ କରିବା ପାଇଁ ୨୦୧୮ ମାର୍ଚ୍ଚ ୨୦ରେ ସୁପ୍ରିମକୋର୍ଟ ରାୟ ଦେଇଥିଲେ। ଉକ୍ତ ରାୟକୁ ଅକାମୀ କରିବା ଲାଗି ସରକାର ଗତବର୍ଷ ଉକ୍ତ ଆଇନରେ ସଂଶୋଧନ ଆଣିଥିଲେ, ଯାହାର ବୈଧତାକୁ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରାଯାଇଥିଲା। ଏହା ଉପରେ କୋର୍ଟ ତାଙ୍କ ରାୟ ସଂରକ୍ଷିତ ରଖିଛନ୍ତି। ଗତବର୍ଷ ଦୁଇଜଣିଆ ଖଣ୍ଡପୀଠ ଯେଉଁ ଦୁଇଟି ରାୟ ଦେଇଥିଲେ ଅକ୍ଟୋବର ୧ରେ ସର୍ବୋଚ୍ଚ ଅଦାଲତ ତାହାର ସମୀକ୍ଷା କରି ଆଇନର ପୂର୍ବ ସ୍ଥିତିକୁ କାଏମ ରଖିଥିବା ଜଷ୍ଟିସ୍‌ ଅରୁଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ବିନୀତ ଶରଣ ଏବଂ ଏସ୍‌. ରବୀନ୍ଦ୍ର ଭଟ୍ଟଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। ଆଇନରେ ଥିବା ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ ହେବନାହିଁ। ଆଗୁଆ ଜାମିନ ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ପୂର୍ବରୁ ପୋଲିସର ପ୍ରାଥମିକ ତଦନ୍ତକୁ ନେଇ ସର୍ବୋଚ୍ଚ ଅଦାଲତ ନିଷ୍ପତ୍ତି ସ୍ପଷ୍ଟ କରିଦେଇଛନ୍ତି। ଏସ୍‌ସି/ଏସ୍‌ଟି ଆଇନରେ ଆଗୁଆ ଜାମିନ ପ୍ରଦାନ କିମ୍ବା ପ୍ରାଥମିକ ତଦନ୍ତରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ରହିପାରିବ ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri