କୋହଳ ହେଲା କିଛି କଟକଣା

ମାଲକାନଗିରି,୨୦ା୪(ଡି.ଏନ୍‌.ଏ.): କୋରେନା ଭୂତାଣୁର ମୁକାବିଲା ପାଇଁ କେନ୍ଦ୍ର ସରକାର ଲକ୍‌ଡାଉନ ଘୋଷଣା କରିଥିବା ବେଳେ ମାଲକାନଗିରି ଜିଲାରେ ସୋମବାରଠାରୁ କିଛି ମାତ୍ରାରେ କଟକଣା କୋହଳ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୩୪୮ ଜଣଙ୍କ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିରୁ ୨୦୫ଟିର ରିପୋର୍ଟ ଆସିଛି। ସମସ୍ତ ନମୁନା ପରୀକ୍ଷା ରିପୋର୍ଟ ନେଗେଟିଭ ଆସିଛି। ଜିଲାରେ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିବାରୁ ଏହି କଟକଣାକୁ କୋହଳ କରାଯାଇଛି ବୋଲି ଜିଲାପାଳ ମନୀଷ ଅଗ୍ରଓ୍ବାଲ କହିଛନ୍ତି। ଡିଆର୍‌ଡିଏ ସଭାଗୃହରେ ଆୟୋଜିତ ଏକ ଖବରଦାତା ସମ୍ମିିଳନୀରେ ଜିଲାପାଳ ଏହି ସୂଚନା ଦେଇଛନ୍ତି। ଅଣସଂକ୍ରମଣ ଜିଲାରୁ କାମ କରିବାକୁ ଶ୍ରମିକ ଆସିଲେ ସେମାନଙ୍କୁ ଅନୁମତି ମିଳିବ। ଗ୍ରାମାଞ୍ଚଳର ବହି ଦୋକାନକୁ ଖୋଲିବା ପାଇଁ ସମୟ ନିର୍ଦ୍ଧାରଣ କରି ଅନୁମତି ପ୍ରଦାନ କରାଯିବ। ଚିନାବାଦାମ ଓ ମୁଗ ପାଇଁ ମଣ୍ଡି ବ୍ୟବସ୍ଥା କରାଯିବ। ମୋଟର ସାଇକେଲରେ ଜଣେ, କାର୍‌ରେ ବସିବା କ୍ଷମତାଠାରୁ ୩୦/୪୦ ପ୍ରତିଶତ ବସିଯାଇପାରିବେ। ସ୍ବାସ୍ଥ୍ୟକେନ୍ଦ୍ର ଯିବା ସମୟରେ ଅଳ୍ପ ଅଟୋ ରିକ୍ସାକୁ ଅନୁମତି ମିଳିବ। ତେବେ କରୋନା ସମ୍ପୂର୍ଣ୍ଣ ଭାବେ ଶେଷ ନ ହେବା ପର୍ଯ୍ୟନ୍ତ ଲକ୍‌ଡାଉନ କଟକଣା ଜାରିରହିବ। ସାମାଜିକ ଦୂରତା, ହାତ ଧୋଇବା, ମାସ୍କ ବ୍ୟବହାର ଜାରି କଟକଣା ବଳବତ୍ତର ରହିବ। କୃଷିକ୍ଷେତ୍ର ସହ ନିର୍ମାଣ କାର୍ଯ୍ୟ, ସାଇକେଲ ମରାମତି ଦୋକାନ, ସିମେଣ୍ଟ, କ୍ରଶର, ଗ୍ୟାରେଜ, କମ୍ପ୍ୟୁଟର ଦୋକାନ ଖୋଲିବା ପାଇଁ ଅନୁମତି ପ୍ରଦାନ କରାଯାଇଛି। ଜଳଖିଆ, ଠେଲା ଦୋକାନ ଓ ଅନ୍ୟାନ୍ୟ ଦୋକାନ ପାଇଁ ପୂର୍ବଭଳି ନିୟମ ବଳବତ୍ତର ରହଛି ବୋଲି ଜିଲାପାଳ ଅଗ୍ରୱାଲ ପ୍ରକାଶ କରିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଅତିରିକ୍ତ ଜିଲାପାଳ ବୀରସେନ ପ୍ରଧାନ, ପ୍ରକଳ୍ପ ନିର୍ଦ୍ଦେଶକ ବାଳମୁକୁନ୍ଦ ଭୂୟାଁ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ମାନସ ମିଶ୍ର, ଉପ ଜିଲାପାଳ ରାମେଶ୍ୱର ପ୍ରଧାନ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ଅରୁଣ କୁମାର ପାଢ଼ୀ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଦିଲୀପ କୁମାର ସାମନ୍ତରାୟ, ତହସିଲଦାର ଡା.ଗୁଣନିଧି ନାୟକଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri