କୌଣସି ପରିସ୍ଥିତିରେ ଆମେ ଭୟଭୀତ ନୋହୁଁ: ପ୍ରଦୀପ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ନବରଙ୍ଗପୁର ବନ୍ଦ ପାଳନ ସମୟରେ ହିଂସାକୁ ଉସୁକାଇବାକୁ ମନ୍ତବ୍ୟ ଦେବାନେଇ ଶୁକ୍ରବାର ଟାଉନ ଥାନା ପୋଲିସ ନିଜ ଆଡ଼ୁ ପୂର୍ବତନ ଏମ୍‌ପି ପ୍ରଦୀପ ମାଝିଙ୍କ ସହ ୧୫ଜଣଙ୍କ ନାମରେ ଏତଲା ଦେଇଛି। ଏହାକୁ ନେଇ ନିଜର ପ୍ରତିକ୍ରିୟା ରଖି ପ୍ରଦୀପ କହିଛନ୍ତି, କୌଣସି ପରିସ୍ଥିତିରେ ଆମେ ଭୟଭୀତ ନୋହୁଁ। ଏହା ରାଜ୍ୟ ସରକାରଙ୍କ ଗୃହ ବିଭାଗର ଏକ ନୀତି। କେହି ଉଚିତ ପ୍ରସଙ୍ଗ ଉଠାଇଲେ ଦମନଲୀଳା ଚଳାଇବା ତାଙ୍କ ନୀତି ହୋଇଆସିଛି। ମୁଁ ଜବାବ ମାଗିଛି। ସରକାର ଜବାବ ନ ଦେଲେ ମୁଁ ଜବାବ ଦେବି। ୧୫ଜଣ କାହିଁକି ପୂରା ଜିଲାବାସୀଙ୍କ ନାମରେ ଏତଲା ଦିଅନ୍ତୁ ବୋଲି ରୋକ୍‌ଠୋକ୍‌ ଭାବେ ସେ କହିଛନ୍ତି।

ପ୍ରକାଶଯୋଗ୍ୟ, କୋଷାଗୁମୁଡ଼ା ବ୍ଲକ ବାମୁଣି ପଞ୍ଚାୟତରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଗୁରୁବାର କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଏହି ସମୟରେ ଶାନ୍ତିପୂର୍ଣ୍ଣ ଭାବେ ନ୍ୟାୟ ନ ମିଳିଲେ ଏହାକୁ ଛଡ଼ାଇନେବୁ। ଗାନ୍ଧୀଙ୍କୁ ଛାଡ଼ି ସୁଭାଷ ବୋଷଙ୍କ ନୀତି ଆପଣାଇବୁ ବୋଲି ମନ୍ତବ୍ୟ ଦେଇଥିଲେ ପ୍ରଦୀପ। ଏହାକୁ ନେଇ ରାଜନୀତି ତେଜିବା ସହ ବିଭିନ୍ନ ମହଲରୁ ଏଭଳି ବୟାନକୁ ନିନ୍ଦା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ ହୋଇଛି।…

ସ୍ତ୍ରୀଙ୍କୁ ଶାବଳରେ ପିଟି ହତ୍ୟା, ସ୍ୱାମୀଙ୍କୁ ଆଜୀବନ

ଵ୍ରହ୍ମପୁର,୩୧।୮(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୪ ମସିହାରେ ସଦର ଥାନା ଅନ୍ତର୍ଗତ ରୋହିଗାଁ’ରେ ନିଜ ସ୍ତ୍ରୀ’ଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିଲେ । ଜିଲା ଦୌରା ଜଜ ଅଶାନ୍ତ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri