‘କୌଣସି ପ୍ରକାର ବିଶୃଙ୍ଖଳା ହେବାକୁ ଦିଆଯିବନି’

ଉମରକୋଟ, ୨୨।୨(ସ୍ବ.ପ୍ର.) ନବରଙ୍ଗପୁର ଜିଲା ଉମରକୋଟ ଓ ରାଇଘର ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ହେବ। ଏଥିପାଇଁ ବ୍ଲକ ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଏହାର ତଦାରଖ କରିବାକୁ ସୋମବାର ନବରଙ୍ଗପୁର ଜିଲାପାଳ କମଳଲୋଚନ ମିଶ୍ର ଆସିଥିଲେ। ଜିଲାପାଳ ପ୍ରଥମେ ରାଇଘର ବ୍ଲକ ଗସ୍ତ କରିଥିଲେ। ଏହାପରେ ଉମରକୋଟ ବ୍ଲକର ପେଣ୍ଡ୍ରାଣୀ ମହାବିଦ୍ୟାଳୟରେ ପହଞ୍ଚତ୍ ସମସ୍ତ ପ୍ରସ୍ତୁତି ଅନୁଧ୍ୟାନ କରିଥିଲେ। ଦୁଇଟି ବ୍ଲକରେ ଭୋଟ ଗ୍ରହଣଠାରୁ ଆରମ୍ଭ କରି ଗଣତି ପର୍ଯ୍ୟନ୍ତ ଶାନ୍ତି ଶୃଙ୍ଖଳାରେ ପରିଚାଳନା ହେବ। ଯେଉଁ ସମ୍ବେଦନଶୀଳ ବୁଥ୍‌ଗୁଡିକ ଅଛି, ସେଠି ପୋଲିସ ଜଗିଛି। ସେଠାରେ କୌଣସି ପ୍ରକାର ବିଶୃଙ୍ଖଳା ହେବାକୁ ଦିଆଯିବ ନାହିଁ। ସାଧାରଣ ଲୋକେ ବୁଥ୍‌କୁ ଆସି ଯେପରି ନିର୍ଭୟରେ ମତଦାନ କରିବେ, ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଛି ବୋଲି ଜିଲାପାଳ କହିଛନ୍ତି। ତିନୋଟି ଷ୍ଟ୍ରଙ୍ଗ୍‌ରୁମ ଅଛି। ସେଠାରେ ସିସିଟିଭି କ୍ୟାମେରା ଲଗାଯାଇଛି। ଡିସବରସଲ କେନ୍ଦ୍ର ବହୁତ ସୁନ୍ଦର ଭାବେ କରାଯାଇଛି। ପର୍ଯ୍ୟାପ୍ତ ପରିମାଣର ଗାଡି ବ୍ୟବସ୍ଥା କରାଯାଇଛି। ପ୍ରତି ବ୍ଲକରେ ତିନୋଟି ଲେଖାଏ ପିଙ୍କ୍‌ ବୁଥ୍‌ କରାଯାଇଛି। ସେଠାରେ ଯେଉଁ ମହିଳା କର୍ମଚାରୀମାନେ ନିୟୋଜିତ ହେବେ, ସେମାନଙ୍କ ନିରାପଦ ପାଇଁ ମଧ୍ୟ ସବୁପ୍ରକାର ଦୃଷ୍ଟି ଦିଆଯାଇଛି ବୋଲି ଜିଲାପାଳ କହିଛନ୍ତି। ଜିଲାପାଳଙ୍କ ଏହି ଗସ୍ତବେଳେ ଡିଆର୍‌ଡିଏ ପିଡି ରତ୍ନାକର ସାହୁ, ବିଡିଓ ଡ. ହିମାଞ୍ଚଳ ମାଝି, ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ପୁନିତରାମ ଗଣ୍ଡ ଏବଂ ଉମରକୋଟ ବ୍ଲକ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri