କ୍ବାରାଣ୍ଟାଇନ୍‌ରେ କୁମ୍ଭାରପଡ଼ା ଥାନାର ୩୦ କର୍ମଚାରୀ

ପୁରୀ ଅଫିସ,୧୮ା୫: କ୍ବାରାଣ୍ଟାଇନରେ ରହିଲେ କୁମ୍ଭାରପଡ଼ା ଥାନାର ସମସ୍ତ କର୍ମଚାରୀ। ଜଣେ କରୋନା ଆକ୍ରାନ୍ତ ଗିରଫ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବାରୁ ଏହି ଥାନାର ଆଇଆଇସିଙ୍କ ସମେତ ପ୍ରାୟ ୩୦ କର୍ମଚାରୀଙ୍କୁ ବିଭାଗୀୟ ଅଧିକାରୀଙ୍କ ନିର୍ଦ୍ଦେଶ ମୁତାବକ ସରକାରୀ କ୍ବାରାଣ୍ଟାଇନ ସେଣ୍ଟରରେ ରହିବାକୁ ପଡ଼ିଛି। ପ୍ରଶାସନ ପକ୍ଷରୁ ରବିବାର ସନ୍ଧ୍ୟାରେ ଥାନାକୁ ବିଶୋଧନ କରାଯାଇଥିବାବେଳେ ସୋମବାର ସମସ୍ତ କର୍ମଚାରୀଙ୍କ ସ୍ବାବ୍‌ ନମୁନା ସଂଗ୍ରହ ହେବ ବୋଲି ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଏକ ଚୋରି କେସ୍‌ରେ କୁମ୍ଭାରପଡ଼ା ପୋଲିସ ୩/୪ ଦିନ ତଳେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ତାଙ୍କର କୋଭିଡ୍‌ ଟେଷ୍ଟ ପାଇଁ ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ରବିବାର ସମ୍ପୃକ୍ତ ଅଭିଯୁକ୍ତଙ୍କ ରିପୋର୍ଟ ପଜିଟିଭ ବାହାରିଥିବା ନେଇ ବିଭାଗୀୟ ଅଧିକାରୀଙ୍କୁ ସୂଚନା ମିଳିବା ପରେ ଥାନା କର୍ମଚାରୀଙ୍କ ମଧ୍ୟରେ ଛନକା ପଶିଥିଲା। ଅନ୍ୟପକ୍ଷରେ ରବିବାର ଅପରାହ୍ନ ସୁଦ୍ଧା ପୁରୀ ଜିଲାରୁ ବାହାରିଥିବା ୭ ପଜିଟିଭଙ୍କ ମଧ୍ୟରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ନାମ ନ ଥିବା କୁହାଯାଉଛି। ତେବେ ରାତିରେ ଆଉ ୪ଜଣଙ୍କ କରୋନା ପିଜିଟିଭ ମିଳିଛି। କିନ୍ତୁ ପୋଲିସ ଏବଂ ଜିଲା ପ୍ରଶାସନର ତତ୍ପରତା ଏବଂ ବିଭାଗୀୟ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଥାନା କର୍ମଚାରୀମାନେ କ୍ବାରାଣ୍ଟାଇନରେ ଯିବା ଏହାର ସତ୍ୟତାକୁ ସ୍ପଷ୍ଟ କରିଛି। ସନ୍ଧ୍ୟାରେ ଅଗ୍ନିଶମ ବାହିନୀର କର୍ମଚାରୀମାନେ ଥାନାକୁ ସମ୍ପୂର୍ଣ୍ଣ ଭାବେ ସାନିଟାଇଜ କରିଥିବାବେଳେ ଥାନା ଖାଲି ରହିଛି। ଏ ସମ୍ପର୍କରେ ଏସ୍‌ପି ଉମାଶଙ୍କର ଦାଶ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ସବୁ ପୋଲିସଙ୍କୁ କ୍ବାରାଣ୍ଟାଇନରେ ରଖାଯାଇ ନାହିଁ। ସମ୍ପୃକ୍ତ ଅଭିଯୁକ୍ତଙ୍କ ରିପୋର୍ଟ ପଜିଟିଭ ବାହାରିବା ପରେ ତାଙ୍କ କଣ୍ଟାକ୍ଟରେ ଆସିଥିବା ଲୋକମାନଙ୍କୁ ଟ୍ରେସିଂ କରାଯାଉଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ପୋଲିସ କର୍ମଚାରୀମାନଙ୍କୁ ଅସ୍ଥାୟୀ ଭାବେ ଗୋଟିଏ ଜାଗାରେ ରଖାଯାଇଛି। ସେମାନଙ୍କର ସ୍ବାବ ସଂଗ୍ରହ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୨ା୪: ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ଆସନରୁ ପ୍ରାର୍ଥୀ ଘୋଷଣା କରିବାର ୧୧ ଦିନ ପରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଶ୍ରୀଧର ଦେବଙ୍କ ସ୍ଥାନରେ ସାକା...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri