କ୍ବାରାଣ୍ଟାଇନ୍‌ରେ କୁମ୍ଭାରପଡ଼ା ଥାନାର ୩୦ କର୍ମଚାରୀ

ପୁରୀ ଅଫିସ,୧୮ା୫: କ୍ବାରାଣ୍ଟାଇନରେ ରହିଲେ କୁମ୍ଭାରପଡ଼ା ଥାନାର ସମସ୍ତ କର୍ମଚାରୀ। ଜଣେ କରୋନା ଆକ୍ରାନ୍ତ ଗିରଫ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବାରୁ ଏହି ଥାନାର ଆଇଆଇସିଙ୍କ ସମେତ ପ୍ରାୟ ୩୦ କର୍ମଚାରୀଙ୍କୁ ବିଭାଗୀୟ ଅଧିକାରୀଙ୍କ ନିର୍ଦ୍ଦେଶ ମୁତାବକ ସରକାରୀ କ୍ବାରାଣ୍ଟାଇନ ସେଣ୍ଟରରେ ରହିବାକୁ ପଡ଼ିଛି। ପ୍ରଶାସନ ପକ୍ଷରୁ ରବିବାର ସନ୍ଧ୍ୟାରେ ଥାନାକୁ ବିଶୋଧନ କରାଯାଇଥିବାବେଳେ ସୋମବାର ସମସ୍ତ କର୍ମଚାରୀଙ୍କ ସ୍ବାବ୍‌ ନମୁନା ସଂଗ୍ରହ ହେବ ବୋଲି ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଏକ ଚୋରି କେସ୍‌ରେ କୁମ୍ଭାରପଡ଼ା ପୋଲିସ ୩/୪ ଦିନ ତଳେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ତାଙ୍କର କୋଭିଡ୍‌ ଟେଷ୍ଟ ପାଇଁ ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ରବିବାର ସମ୍ପୃକ୍ତ ଅଭିଯୁକ୍ତଙ୍କ ରିପୋର୍ଟ ପଜିଟିଭ ବାହାରିଥିବା ନେଇ ବିଭାଗୀୟ ଅଧିକାରୀଙ୍କୁ ସୂଚନା ମିଳିବା ପରେ ଥାନା କର୍ମଚାରୀଙ୍କ ମଧ୍ୟରେ ଛନକା ପଶିଥିଲା। ଅନ୍ୟପକ୍ଷରେ ରବିବାର ଅପରାହ୍ନ ସୁଦ୍ଧା ପୁରୀ ଜିଲାରୁ ବାହାରିଥିବା ୭ ପଜିଟିଭଙ୍କ ମଧ୍ୟରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ନାମ ନ ଥିବା କୁହାଯାଉଛି। ତେବେ ରାତିରେ ଆଉ ୪ଜଣଙ୍କ କରୋନା ପିଜିଟିଭ ମିଳିଛି। କିନ୍ତୁ ପୋଲିସ ଏବଂ ଜିଲା ପ୍ରଶାସନର ତତ୍ପରତା ଏବଂ ବିଭାଗୀୟ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଥାନା କର୍ମଚାରୀମାନେ କ୍ବାରାଣ୍ଟାଇନରେ ଯିବା ଏହାର ସତ୍ୟତାକୁ ସ୍ପଷ୍ଟ କରିଛି। ସନ୍ଧ୍ୟାରେ ଅଗ୍ନିଶମ ବାହିନୀର କର୍ମଚାରୀମାନେ ଥାନାକୁ ସମ୍ପୂର୍ଣ୍ଣ ଭାବେ ସାନିଟାଇଜ କରିଥିବାବେଳେ ଥାନା ଖାଲି ରହିଛି। ଏ ସମ୍ପର୍କରେ ଏସ୍‌ପି ଉମାଶଙ୍କର ଦାଶ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ସବୁ ପୋଲିସଙ୍କୁ କ୍ବାରାଣ୍ଟାଇନରେ ରଖାଯାଇ ନାହିଁ। ସମ୍ପୃକ୍ତ ଅଭିଯୁକ୍ତଙ୍କ ରିପୋର୍ଟ ପଜିଟିଭ ବାହାରିବା ପରେ ତାଙ୍କ କଣ୍ଟାକ୍ଟରେ ଆସିଥିବା ଲୋକମାନଙ୍କୁ ଟ୍ରେସିଂ କରାଯାଉଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ପୋଲିସ କର୍ମଚାରୀମାନଙ୍କୁ ଅସ୍ଥାୟୀ ଭାବେ ଗୋଟିଏ ଜାଗାରେ ରଖାଯାଇଛି। ସେମାନଙ୍କର ସ୍ବାବ ସଂଗ୍ରହ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ…

ଭାତହାଣ୍ଡିର ଚାଷୀଙ୍କୁ ହତାଦର, ମାସେ ପରେ ବି ମିଳିପାରିନି ଟୋକନ

ବରଗଡ଼,୧୬।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି । ଆଉ ୨ସପ୍ତାହ ପରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

‘ଇରାନ ସହ ଚୁକ୍ତି କରିଛି ଆମେରିକା, ହେଲେ ଆମେରିକା ଉପରେ ଭରସା ନାହିଁ’, କାହିଁକି ଏମିତି ଚେତାବନୀ ଦେଲା CIA? ଜାଣନ୍ତୁ…

ଓ୍ବାଶିଂଟନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧକୁ ଏଡାଇବା ପାଇଁ ଏକ ଚୁକ୍ତି ହୋଇଛି, କିନ୍ତୁ ଆମେରିକାରେ ସମସ୍ତେ ଏହି ଚୁକ୍ତି ଉପରେ ଆସ୍ଥା ପ୍ରକଟ କରିନାହାଁନ୍ତି।…

ଗୋଟିଏ ଦିନରେ ୨ଟି ପ୍ଲେନ କ୍ରାଶ, ଉଡୁଥିବା ବେଳେ ହଠାତ୍ ଜଙ୍ଗଲରେ ଖସି ପଡ଼ିଲା

ମସ୍କୋ,୧୬।୬: ଆମେରିକା ପରେ ଏବେ ଏକ ରୁଷିଆର Tu-22M3 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏନେଇ ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । Tu-22M3 ବିମାନଟି…

‘ରାହୁଲ ଗାନ୍ଧୀ ନିଜେ ଏକ ବଡ଼ ପରିହାସ’: କଂଗ୍ରେସକୁ ଟାର୍ଗେଟ କଲା DMK,ଦଳ ଉପରେ ଲଗାଇଲା ବଡ଼ ଅଭିଯୋଗ

ନୂଆଦିଲ୍ଲୀ,୧୬।୬: ଦେଶବ୍ୟାପୀ ଚାଲିଥିବା ରାଜନୈତିକ ଉଷ୍ମତା ମଧ୍ୟରେ, ବିରୋଧୀ ମେଣ୍ଟ (ଇଣ୍ଡିଆ ବ୍ଲକ) ଭିତରେ ଫାଟ ଏବେ ଖୋଲାଖୋଲି ଭାବରେ ଦେଖାଦେଇଛି। ତାମିଲନାଡୁରେ କ୍ଷମତା ହାସଲ କରୁଥିବା…

ପାଉଁଶ ବୋଝେଇ ହାଇୱାକୁ ପିଟିଲା ବାଇକ୍, ଡ଼ାକ୍ତରଖାନା ନେବା ବେଳେ ଅଧାବାଟରେ ମୃତ୍ୟୁ

ଲାଞ୍ଜିଗଡ,୧୬।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଛକ ନିକଟରେ ହାଇୱା ସହିତ ବାଇକ ଧକ୍କା ହୋଇଛି । ଚିକିତ୍ସାଧୀନ…

ଆମେରିକା-ଇରାନ ଶାନ୍ତି ଚୁକ୍ତିରେ ପୁଣି ନୂଆ ପେଞ୍ଚ; ଟ୍ରମ୍ପ ୩୦୦ ବିଲିୟନ ଡଲାର ପ୍ରଦାନ ଦାବିକୁ କହିଲେଣି…

ଓ୍ବାଶିଂଟନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇଛି। ଏହି ଶାନ୍ତି ଚୁକ୍ତିନାମା ଅନୁଯାୟୀ, ଆମେରିକା ଇରାନକୁ ୩୦୦ ବିଲିୟନ ଡଲାର ସହାୟତା…

କ୍ଷଣିକରେ ଖୁସି ପାଲଟିଲା ଦୁଃଖ, ରୋଟାଭେଟରରେ କାଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ

ନୀଳଗିରି,୧୬।୬(ପ୍ରଶାନ୍ତ କୁମାର ବିଶ୍ବାଳ): ରୋଟାଭେଟରରେ କାଟି ହୋଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ନୂଆ ରୋଟାଭେଟର ଆଣି ଖୁସିରେ ଟ୍ରାଏଲ କରିବା ପରେ ବନ୍ଦକରିବାକୁ ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri