କ୍ରଶର ମିଲ୍‌ ହଟାଇବାକୁ ଉପଜିଲାପାଳଙ୍କୁ ଦାବିପତ୍ର ଦାବିପୂରଣ ନ ହେଲେ ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୩୧ା୧୨-ବ୍ରହ୍ମପୁର-ଲାଠି ମୁଖ୍ୟରାସ୍ତା ପାର୍ଶ୍ୱରେ ଚାଲୁ ରହିଥିବା କ୍ରଶର ମିଲ ସମ୍ପୂର୍ଣ୍ଣ ବେଆଇନ ା ଏହାକୁ ତୁରନ୍ତ ହଟାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ା ଏ ନେଇ ସୋମବାର ଅଞ୍ଚଳବାସୀ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ା ବ୍ରହ୍ମପୁରରୁ ଲାଠିକୁ ସଂଯୋଗ କରୁଥିବା ରାସ୍ତା ପାର୍ଶ୍ୱରେ ଦୀର୍ଘ ବର୍ଷ ଧରି ଏକ କ୍ରଶର ମିଲ ରହିଛି। ଫଳରେ ଉକ୍ତ ଅଞ୍ଚଳରେ ରହୁଥିବା ପ୍ରାୟ ୮୦ ପରିବାର ମିଲରୁ ବାହାରୁଥିବା ପ୍ରଦୂଷଣ ଦ୍ୱାରା ପ୍ରଭାବିତ ହେଉଛନ୍ତି। ମିଲରୁ ପଥର ଗୁଣ୍ଡ ଅଞ୍ଚଳର ବାୟୁମଣ୍ଡଳକୁ ପ୍ରଦୂଷିତ କରୁଛି ା ଏଥିଯୋଗୁ ଆକାଶ ଅନେକ ସମୟରେ ଧୂଅଁାଳିଆ ରହୁଛି ା ଏହାର ପ୍ରଭାବରେ ଅଞ୍ଚଳବାସୀ ଆଲର୍ଜି, ଆଜମା, ମୁଣ୍ଡବ୍ୟଥା ଭଳି ରୋଗରେ ଆକ୍ରାନ୍ତ ହେଉଛନ୍ତି ା ଅନ୍ୟପକ୍ଷରେ ଉକ୍ତ ମିଲର ୨୦୧୨ରୁ ଲାଇସେନ୍ସ ଶେଷ ହୋଇଥିବା ସତ୍ତ୍ୱେ ଏହା ଅଦ୍ୟାବଧି ପରିଚାଳିତ ହେଉଛି ା ତେଣୁ ବେଆଇନ ଭାବେ ଚାଲିଥିବା କ୍ରସର ମିଲକୁ ଉକ୍ତ ଅଞ୍ଚଳରୁ ତୁରନ୍ତ ହଟାଯିବା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ା ଆସନ୍ତା ଏକ ମାସ ମଧ୍ୟରେ ପଦକ୍ଷେପ ଗ୍ରହଣ କରା ନ ଗଲେ ଅଞ୍ଚଳବାସୀ ଆନ୍ଦୋଳନ ପନ୍ଥା ଆପଣାଇବାକୁ ଚେତାବନୀ ଶୁଣାଇଛନ୍ତି ା
ଦାବିପତ୍ର ପ୍ରଦାନ ବେଳେ ଡ. ତ୍ରିନାଥ ନାୟକ, ରାମଚନ୍ଦ୍ର ସାହୁ, ପ୍ରିତମ ପାତ୍ର, ପ୍ରଦୀପ ସାହୁ, ଦାମୋଦର ପାଢୀ ଓ ଗୋବିନ୍ଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ

ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?