Posted inଖେଳ

କ୍ରିକେଟର୍‌ ସବୁ ଫର୍ମାଟରୁ ଅବସର ନେଲେ ଏହି ମହାନ କ୍ରିକେଟର୍‌

ଜୋହାନ୍ସବର୍ଗ,୧୯।୧: ଚଳିତ ବର୍ଷ ଅକ୍ଟୋବରରେ ଭାରତରେ ଦିନିକିଆ ବିଶ୍ୱକପ ଖେଳାଯିବ। ଏହି ଟୁର୍ନାମେଣ୍ଟ ପୂର୍ବରୁ ସେ ସମସ୍ତ ଫର୍ମାଟରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ୩୯ ବର୍ଷୀୟ ଆମ୍‌ଲା ତାଙ୍କ କ୍ୟାରିୟରରେ ଏକ ତ୍ରିଶତକ ହାସଲ କରିଛନ୍ତି, କିନ୍ତୁ ବର୍ତ୍ତମାନ ଏହି ଖେଳାଳିଙ୍କୁ ପଡ଼ିଆରେ ଦେଖିବାକୁ ମିଳିବ ନାହିଁ। ଏହି ନିଷ୍ପତ୍ତି ତାଙ୍କ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛି।
ଦକ୍ଷିଣ ଆଫ୍ରିକାର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ହାସିମ ଆମଲା ସମସ୍ତ ପ୍ରକାର କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଆମଲାଙ୍କ କ୍ୟାରିଅର୍‌ ପ୍ରାୟ ଦୁଇ ଦଶନ୍ଧି ବ୍ୟାପିଥିଲା। ଏହି ସମୟରେ ସେ ଅନେକ ରେକର୍ଡ ଭାଙ୍ଗିଥିଲେ।
ଆମଲା ତାଙ୍କ କ୍ୟାରିୟରରେ ୩୪,୧୦୪ ରନ ସ୍କୋର କରିଥିଲେ। ଏଥିମଧ୍ୟରୁ ୨୦୦୪ରୁ ୨୦୧୯ ମଧ୍ୟରେ ତାଙ୍କର ୧୨୪ ଟେଷ୍ଟ ମ୍ୟାଚରେ ୯,୨୮୨ ରନ କରିଥିଲେ। ୨୦୧୨ରେ ଆମଲା ଓଭାଲ ଗ୍ରାଉଣ୍ଡରେ ଇଂଲଣ୍ଡ ବିପକ୍ଷରେ ଅପରାଜିତ ୩୧୧ ଖେଳିଥିଲେ। ସେ ନିଜ ଟେଷ୍ଟ କ୍ୟାରିୟରରେ ୨୮ ଶତକ ଏବଂ ୪୧ ଅର୍ଦ୍ଧଶତକ ହାସଲ କରିଥିଲେ। ଟେଷ୍ଟ ଫର୍ମାଟରେ ଦକ୍ଷିଣ ଆଫ୍ରିକା ପାଇଁ ତ୍ରିଶତକ ହାସଲ କରିଥିବା ସେ ମଧ୍ୟ ପ୍ରଥମ ଖେଳାଳି।
ଡର୍ବାନରେ ଜନ୍ମଗ୍ରହଣ କରିଥିବା ହାସିମ ଆମଲା ତାଙ୍କ କ୍ୟାରିୟରରେ ୧୮୧ଟି ଦିନିକିଆ ଏବଂ ୪୪ ଟି-୨୦ ଅନ୍ତର୍ଜାତୀୟ ଖେଳିଥିଲେ। ଦିନିକିଆରେ ସେ ୨୭ ଶତକ ସହିତ ୮୧୧୩ ରନ ସ୍କୋର କରିଥିବାବେଳେ ଅନ୍ତର୍ଜାତୀୟ ଟି-୨୦ ଫର୍ମାଟରେ ସେ ୮ ଅର୍ଦ୍ଧଶତକ ସହ ୧୨୭୭ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri