Posted inଖେଳ

କ୍ରିକେଟ୍‌ ପରାମର୍ଶଦାତା କମିଟିରୁ କପିଳଙ୍କ ଇସ୍ତଫା

ନୂଆଦିଲ୍ଲୀ, ୩।୧୦ (ପି.ଟି.)- ବିଶ୍ୱକପ୍‌ ବିଜୟୀ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ କପିଳ ଦେବ ବୁଧବାର କ୍ରିକେଟ୍‌ ପରାମର୍ଶଦାତା କମିଟି (ସିଏସି)ରୁ ଇସ୍ତଫା ଦେଇଛନ୍ତି। ଦୈତ ସ୍ବାର୍ଥ ମାମଲାରେ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏଥିକ୍ସ ଅଧିକାରୀ ଡି.କେ. ଜୈନଙ୍କ ନୋଟିସ୍‌ ମିଳିବା ପରେ କପିଳ ତୁରନ୍ତ ଏହି ନିଷ୍ପତ୍ତି ନେଇଛନ୍ତି। କପିଳଙ୍କ ପୂର୍ବରୁ ସିଏସିର ଅନ୍ୟତମ ସଦସ୍ୟା ତଥା ଭାରତୀୟ ମହିଳା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟିକା ଶାନ୍ଥା ରଙ୍ଗାସ୍ବାମୀ ମଧ୍ୟ ଇସ୍ତଫା ଦେଇଥିଲେ। ପ୍ରଶାସକ ସମିତିର ମୁଖ୍ୟ ବିନୋଦ ରାଇ ଓ ବିସିସିଆଇ ସିଇଓ ରାହୁଲ ଜୋହରୀଙ୍କ ନିକଟକୁ କପିଳ ତାଙ୍କ ଇସ୍ତଫା ପତ୍ର ମେଲ୍‌ କରିଦେଇଥିଲେ। ସିଏସିର ସଦସ୍ୟ ହେବା ମୋ ପାଇଁ ଖୁସିର କଥା ଥିଲା ଏବଂ ମୁଖ୍ୟ କୋଚ୍‌ ଚୟନ କରିବା ସ୍ବତନ୍ତ୍ର ରହିଥିଲା ବୋଲି କପିଳ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ନିକଟରେ ମଧ୍ୟପ୍ରଦେଶ କ୍ରିକେଟ୍‌ର ଆଜୀବନ ସଦସ୍ୟ ସଞ୍ଜୀବ ଗୁପ୍ତା ଅଭିଯୋଗ ଆଣିଥିଲେ କୋଚ୍‌ ଚୟନ ପାଇଁ ରହିଥିବା ସିଏସିର ସଦସ୍ୟ ରହିଥିବା ବ୍ୟକ୍ତି ଏକ ସମୟରେ ଏକାଧିକ ଭୂମିକା ନିଭାଉଛନ୍ତି। କପିଳ ଦେବ ସିଏସି ସଦସ୍ୟ ହେବା ସହ ଭାଷ୍ୟକାର, ଏକ ଫ୍ଲଡ ଲାଇଟ୍‌ କମ୍ପାନୀର ମାଲିକ ଓ ଭାରତୀୟ କ୍ରିକେଟ୍‌ ସଂଘର ସଦସ୍ୟ ରହିଛନ୍ତି। ରଙ୍ଗାସ୍ବାମୀ ଓ କପିଳଙ୍କ ପରେ ଏବେ ସିଏସିର ୩ୟ ସଦସ୍ୟ ରହିଥିବା ଅଂଶୁମାନ ଗାଏକ୍ୱାଡ ମଧ୍ୟ ନିକଟରେ ଇସ୍ତଫା ଦେବେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri