Posted inଖେଳ

କ୍ରିକେଟ ଖେଳିନାହାନ୍ତି, ତଥାପି ବିଶ୍ୱ କ୍ରିକେଟରେ ତାଙ୍କ କ୍ରେଜ୍‌ ଅଧିକ

ସୁଧୀର କୁମାର ଗୌତମ ଜୀବନରେ ବ୍ୟାଟ କିମ୍ବା ବଲ ଧରି ନ ଥିଲେ ମଧ୍ୟ ଭାରତୀୟ କ୍ରିକେଟରେ ଏକ ପରିଚିତ ନାମ। କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ପ୍ରବଳ ସମର୍ଥକ ଭାବେ ସୁଧୀର ଗୌତମ ସାରା ବିଶ୍ବରେ ପ୍ରସିଦ୍ଧ। ସଚିନଙ୍କୁ ଈଶ୍ବରଙ୍କ ପରି ପୂଜା କରିଥାଆନ୍ତି ସୁଧୀର। ୨୦୦୦ ପରଠାରୁ ବିଶ୍ବରେ ଏପରି କୌଣସି କ୍ରିକେଟ ମ୍ୟାଚ ନାହିଁ; ଯେଉଁଥିରେ ସଚିନ ତେନ୍ଦୁଲକର ଖେଳିଛନ୍ତି ଏବଂ ଯାହା ଦେଖିବା ପାଇଁ ସୁଧୀର ସେଠାକୁ ଯାଇନାହାନ୍ତି। ମୁଣ୍ଡର କେଶକୁ ଭାରତୀୟ ମାନଚିତ୍ର ଆକାରରେ କାଟି; ସାରା ଶରୀରରେ ରଙ୍ଗ ମାଖି ସେଥିରେ ସଚିନ ତେନ୍ଦୁଲକରଙ୍କ ନାମ ଓ ତାଙ୍କ ସାର୍ଟ ନମ୍ବର ୧୦ ଲେଖି ମ୍ୟାଚ ବେଳେ ସୁଧୀର ଗୌତମ ଷ୍ଟାଡିୟମରେ ହାଜର ହୋଇଯାଆନ୍ତି। ଭାରତୀୟ ଜାତୀୟ ପତାକା ଧରି ଶଙ୍ଖ ଫୁଙ୍କିବା ଦେଖିବାକୁ ମିଳିଥାଏ। ପ୍ରକୃତରେ ସୁଧୀରଙ୍କ ପରି କ୍ରିକେଟ ପ୍ରଶଂସକ ବିଶ୍ବରେ ବିରଳ। ବିଶ୍ବର ଅନେକ ସଂସ୍ଥା କ୍ରୀଡ଼ାବିତ୍ଙ୍କୁ ପୁରସ୍କାର ଦେଉଥିବା ବେଳେ ଇଣ୍ଡିଆନ ସ୍ପୋର୍ଟସ ଫ୍ୟାନ (ଆଇଏସଏଫ) ନାମକ ସଂସ୍ଥା କ୍ରୀଡ଼ା ପ୍ରଶଂସକଙ୍କୁ ପୁରସ୍କୃତ କରିବାକୁ ଆଗେଇ ଆସିଛି।
ଏହି କ୍ରମରେ ସୁଧୀର କୁମାର ଗୌତମଙ୍କୁ ‘ଗ୍ଲୋବାଲ ଫ୍ୟାନ ପୁରସ୍କାର’ ଦେବାକୁ ଆଇଏସଏଫ ଘୋଷଣା କରିଛି। ଇଂଲଣ୍ଡରେ ଅନୁଷ୍ଠିତ ୨୦୧୯ କ୍ରିକେଟ ବିଶ୍ବକପ ସମୟରେ ମାଞ୍ଚେଷ୍ଟରରେ ଏକ ସ୍ବତନ୍ତ୍ର ଉତ୍ସବରେ ସୁଧୀର କୁମାର ଗୌତମଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା । ଏହି ପୁରସ୍କାର ପାଇବାରେ ସୁଧୀର ବିଶ୍ବର ପ୍ରଥମ ପ୍ରଶଂସକ ବିବେଚିତ ହୋଇଥିଲେ। ପୁରସ୍କାର ପାଇବାକୁ ମନୋନୀତ ହେବା ପରେ ସୁଧୀର ଗୌତମ କହିଛନ୍ତି, ଦୀର୍ଘ ୧୮ ବର୍ଷରେ ୩୧୯ଟି ଦିିନିକିଆ, ୬୬ଟି ଟେଷ୍ଟମ୍ୟାଚ, ୭୩ଟି ଟ୍ବେଣ୍ଟି୨୦, ୬୮ଟି ଆଇପିଏଲ ମ୍ୟାଚ ଓ ୩ଟି ରଣଜୀ ଟ୍ରଫି ମ୍ୟାଚ ପରେ ଏବେ ମନେକରୁଛି ଯେ କ୍ରୀଡ଼ା ପ୍ରଶଂସକ ଭାବେ ମୋ ଜୀବନ ସାର୍ଥକ ହୋଇଛି। ମୋ ପାଇଁ ଏହା ସହଜ ନିଷ୍ପତ୍ତି ନଥିଲା। ଏହି ପୁରସ୍କାରକୁ ମୋର ଈଶ୍ବର, ମୋର ପ୍ରେରଣା ଏବଂ ଯାହାଙ୍କ ଯୋଗୁଁ ମୋତେ ବିଶ୍ବରେ ପରିଚୟ ମିଳିଛି; ସାର୍‌ ସଚିନ ତେନ୍ଦୁଲକରଙ୍କୁ ଉତ୍ସର୍ଗ କରୁଛି। ସୂଚନାଯୋଗ୍ୟ; ବିହାରର ଏକ ଛୋଟ ଗ୍ରାମର ବାସିନ୍ଦା ସୁଧୀର ଗୌତମ ସଚିନଙ୍କ ପ୍ରେମରେ ଘର ଛାଡ଼ିଥିଲେ। ଦୀର୍ଘ ୧୮ ବର୍ଷ ହେଲା ସୁଧୀରଙ୍କୁ କ୍ରିକେଟ ପଡ଼ିଆରେ ଦେଖିବାକୁ ମିଳୁଛି। ଆନ୍ତର୍ଜାତିକ କ୍ରିକେଟରୁ ସଚିନ ତେନ୍ଦୁଲକରଙ୍କ ଅବସର ପରେ ମଧ୍ୟ ସେ ଏହି ମୋହ ଛାଡ଼ି ପାରିନାହାନ୍ତି। ଏବେ ବି ସୁଧୀରଙ୍କୁ ଭାରତ ଖେଳୁଥିବା ମ୍ୟାଚରେ ଷ୍ଟାଡିୟମରେ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri