କ୍ରିକେଟ ପୁଣି ଆରମ୍ଭ କରିବାକୁ ସରକାରଙ୍କ ସହ କାର୍ଯ୍ୟ କରୁଛୁ: ଇସିବି

ଲଣ୍ଡନ,୧୧।୫ (ପି.ଟି.): ପୁଣି ଥରେ କ୍ରିକେଟ ଆରମ୍ଭ କରିବାକୁ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଅଣ୍ଟା ଭିଡିଛି। ଏଥିପାଇଁ ୟୁନାଟେଡ କିଙ୍ଗ୍‌ଡମ୍‌ (ୟୁକେ) ସରକାରଙ୍କ ସହ ମିଳିତ ଭାବେ କାର୍ଯ୍ୟ ଜାରି ରଖିଛୁ ବୋଲି ଇସିବି କହିଛି। କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ୟୁକେରେ ଜୁନ୍‌ ୧ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌କୁ ଜାରି ରଖିବା ପାଇଁ ପ୍ରଧାନମନ୍ତ୍ରୀ ବୋରିସ ଜନସନ ରବିବାର ଘୋଷଣା କରିଛନ୍ତି। ଇସିବି ମଧ୍ୟ ସବୁ ପ୍ରକାର ପେସାଦାର କ୍ରିକେଟକୁ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ସସ୍‌ପେଣ୍ଡ କରିଥିଲା।
ପୂରା ନିରାପଦରେ କ୍ରିକେଟକୁ ପୁଣି ଆରମ୍ଭ କରିବା ପାଇଁ ସରକାରଙ୍କ ସହ କାର୍ଯ୍ୟ କରୁଛୁ ଓ ଆମ ଯୋଜନା ସମ୍ପର୍କରେ ସରକାରଙ୍କୁ ଅବଗତ କରାଉଛୁ ବୋଲି ଇସିବି ତରଫରୁ ଏକ ପ୍ରେସ୍‌ ବାର୍ତ୍ତାରେ କୁହାଯାଇଛି। ସରକାରଙ୍କ ନିର୍ଦ୍ଦେଶନାମା ଓ ଘୋଷଣାକୁ ଆମେ ଅନୁସରଣ କରୁଛୁ ବୋଲି ଇସିବି କହିଛି।
ବ୍ରିଟେନରେ ଲକ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଘରୋଇ ସିରିଜକୁ ଜୁନ୍‌ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା। ପାକିସ୍ତାନ କ୍ରିକେଟ ଦଳ ମଧ୍ୟ ଏହା ପରେ ଇଂଲଣ୍ଡ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ତେବେ ଏହାକୁ ମଧ୍ୟ ସ୍ଥଗିତ ରଖାଯାଇଛି। ଏହି ସିରିଜ ଅତିକମ୍‌ରେ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ। ଇଂଲିଶ୍‌ କ୍ରିକେଟର ନୂଆ ଫର୍ମାଟ ‘ଦି ହଣ୍ଡ୍ରେଡ୍‌’(ଇନିଂସ ପିଛା ୧୦୦ ବଲ)ର ପ୍ରାରମ୍ଭିକ ସଂସ୍କରଣକୁ ମଧ୍ୟ ୨୦୨୧ ପର୍ଯ୍ୟନ୍ତ ବିଳମ୍ବିତ କରାଯାଇଛି। ଆଗାମୀ ଗ୍ରୀଷ୍ମରେ ଇଂଲଣ୍ଡ ଓ ଓ୍ବେଲ୍ସରେ ପୁଣି କ୍ରିକେଟ ଆରମ୍ଭ କରାଯିବା ନେଇ ଆଶାବାଦୀ ଅଛୁ ବୋଲି ଇସିବି କହିଛି।
ଏହି ମହାମାରୀ କାରଣରୁ କ୍ରିକେଟ ଏବେ ବନ୍ଦ ରହିଥିବାରୁ ଇସିବି ୩୦୦ ମିଲିୟନ ପାଉଣ୍ଡର କ୍ଷତି ସହିବାକୁ ଯାଉଛି। ୟୁକେରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଏହି କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି ଓ ୩୧,୦୦୦ ଲୋକ ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୀଷଣ ବାତ୍ୟାରେ ପରିଣତ ହେଲା ‘ଅର୍ଣ୍ଣବ’: ଆଖି ହେଲା ଦୃଶ୍ୟମାନ

ଭୁବନେଶ୍ୱର, ୨୬।୧୦: ବଙ୍ଗୋପସାଗର ପୂର୍ବ-କେନ୍ଦ୍ରୀୟ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ-ପୂର୍ବ ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି। ଏହି ବାତ୍ୟାର ନାମ…

ଦାଦନ ଖଟିବାକୁ ଯାଇ ଚାଲିଗଲା ଯୁବକଙ୍କ ଜୀବନ, ଗାଁରେ ଶୋକର ଛାୟା

ଗୁଡାରି,୨୬।୧୦(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମପଂଚାୟତ ଅନ୍ତର୍ଗତ ଗୌଡ଼ ଢ଼େପାଗୁଡା ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ସୁଦୂର ଗୁଜରାଟ ରାଜ୍ୟକୁ…

ଲେଖି ରଖନ୍ତୁ ଯଦି…ରୋହିତ-କୋହଲିଙ୍କୁ ନେଇ ଏମିତି କଥା କହିଦେଲେ ସୁରେଶ ରାଇନା, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୨୬।୧୦:ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରୈନା। ‘ମିଷ୍ଟର…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ପ୍ରଶାସନ ତତ୍ପର, କାଲି ସ୍ବାସ୍ଥ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ର ମୁକାବିଲା ତଥା ପୂର୍ବ ପ୍ରସ୍ତୁତି ନେଇ କଳାହାଣ୍ଡି ଜିଲା ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି ।…

କୋହଲି-ରୋହିତଙ୍କ ପରେ ଏହି ୨ ଖେଳାଳି ଭାରତର ସୁପରଷ୍ଟାର: ପୂର୍ବତନ ଅଲ୍‌ରାଉଣ୍ଡଙ୍କ ମନ୍ତବ୍ୟ ସମସ୍ତଙ୍କୁ କଲା ଚକିତ

ନୂଆଦିଲ୍ଲୀ,୨୬।୧୦: ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ପରେ ଭାରତୀୟ କ୍ରିକେଟ୍‌ର ଦାୟିତ୍ୱ ନେବାକୁ ନୂଆ ପିଢ଼ି ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲ୍‌ରାଉଣ୍ଡର ଲାନ୍ସ କ୍ଲୁଜନର…

IPL 2027: ଚେନ୍ନାଇ ସୁପର କିଙ୍ଗ୍ସକୁ ମିଳିଲେ ନୂଆ କୋଚ୍, ଦାୟିତ୍ୱ ସମ୍ଭାଳିବେ…

ନୂଆଦିଲ୍ଲୀ,୨୬।୧୦: ଆଇପିଏଲ୍‌ ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଷ୍ଟାଫ୍‌ରେ ନୂଆ ନିଯୁକ୍ତି ହୋଇଛି । ଇଂଲଣ୍ଡର ପୂର୍ବତନ ବୋଲର ଗାରେଥ୍ ବ୍ୟାଟିଙ୍କୁ ଦଳର…

କୋଟିଆ ବିବାଦ, ଓଡିଶା ପୋଲିସ୍ ପୋଷ୍ଟ୍ ସ୍ଥାପନର ୨୪ ଘଣ୍ଟା ନପୁରୁଣୁ ଆନ୍ଧ୍ରର ଫୋର୍ସ ମୁତୟନ

ପଟ୍ଟାଙ୍ଗି,୨୬।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି…

ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ: ୬ ବରିଷ୍ଠ ଅଧିକାରୀ ସସପେଣ୍ଡ

ଲକ୍ଷ୍ନୌ,୨୬।୧୦: ଉତ୍ତର ପ୍ରଦେଶ ବିଧାନ ପରିଷଦ ନିର୍ବାଚନ ସମୟରେ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ୬ ଜଣ ବରିଷ୍ଠ ଅଧିକାରୀଙ୍କୁ ସସପେଣ୍ଡ କରିଛନ୍ତି ନିର୍ବାଚନ ଆୟୋଗ । ଆଗ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?