କ୍ରିତିଙ୍କ ନିଶ

ମୁମ୍ବାଇ: ବଲିଉଡ୍‌ କମେଡି ସିକ୍ୱେଲ୍‌ ‘ହାଉସ୍‌ଫୁଲ-୪’ରିଲିଜ୍‌ ସମୟ ପାଖେଇ ଆସିଲାଣି। ଏଥିପାଇଁ ଫିଲ୍ମର ସମସ୍ତ ଷ୍ଟାର୍‌କାଷ୍ଟ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହାସହ ଦର୍ଶକଙ୍କୁ ଆକୃଷ୍ଟ କରିବାକୁ ବିଭିନ୍ନ ପ୍ରକାର ଫଟୋ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି, ଯାହା ଫିଲ୍ମ ପ୍ରତି ଥିବା ଉତ୍ସାହକୁ ଦ୍ୱିଗୁଣିତ କରୁଛି। ନିକଟରେ ଫିଲ୍ମର ‘ବାଲା, ଶୈତାନ୍‌ କା ଶାଲା’ ଗୀତଟି ରିଲିଜ୍‌ ହୋଇଥିଲା, ଯାହାକୁ ଦର୍ଶକ ବେଶ୍‌ ପସନ୍ଦ ମଧ୍ୟ କରିଛନ୍ତି। ଏହାରି ମଧ୍ୟରେ ଫିଲ୍ମର ମୁଖ୍ୟ ଭୂମିକାରେ ଅଭିନୟ କରୁଥିବା କ୍ରିତି ସାନନ୍‌ ସୋସିଆଲ ମିଡିଆରେ ଏକ ଗ୍ରୁପ୍‌ ଫଟୋ ଶେୟାାର କରିଛନ୍ତିି। ଫଟୋରେ କ୍ରିତିଙ୍କ ନିଶ ଥିବା ଦେଖିବାକୁ ମିଳିଛି। ସେପଟେ ବାଲାଙ୍କ କିନ୍ତୁ ନିଶ ଗାଏବ ହୋଇଯାଇଛି। ଫଟୋଟି ଶେୟାର କରି କ୍ରିତି ଲେଖିଛନ୍ତି,”ବାଲାଙ୍କ ନିଶ ମୋ ମୁହଁରେ ବେଶି ଭଲ ଦେଖାଯାଉଛି।” ଏହାସହ ଅକ୍ଷୟ, ପୂଜା ହେଗ୍‌ଡେ, ରିତେଶ୍‌, ବବି ଓ କ୍ରିତି ଖରବନ୍ଦା ଅଜବ-ଗଜବ ମୁହଁ କରି ଠିଆ ହୋଇଥିବା ଦେଖିବାକୁ ମିଳିଛି। ତେବେ ପୂରା ଟିମ୍‌ର ଏଭଳି ପ୍ରମୋଶନ୍‌ ସୋସିଆଲ ମିଡିଆରେ ଲୋକଙ୍କୁ ବେଶ୍‌ ଉତ୍ସାହିତ କରୁଛି। ଫିଲ୍ମରେ ବାଲା ଚରିତ୍ରରେ ଅକ୍ଷୟ ନଜରକୁ ଆସିବେ। ୬୦୦ ବର୍ଷ ପୂର୍ବର କାହାଣୀକୁ ନେଇ ପ୍ରସ୍ତୁତ ଏହି ଫିଲ୍ମରେ ଏହି ୬ କପଲ୍‌ଙ୍କ କାହାଣୀ ଦେଖିବାକୁ ମିଳିବ। ପୁନଃଜନ୍ମକୁ ନେଇ ନିର୍ମିତ ଏହି ଫିଲ୍ମରେ ଭରପୂର୍‌ କମେଡି ଓ ଏଣ୍ଟରଟେନ୍‌ମେଣ୍ଟ ରହିଛି। ଫିଲ୍ମ ଆସନ୍ତା ୨୬ରେ ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri