Posted inଖେଳ

କ୍ରୀଡ଼ାବିତ୍‌ଙ୍କ ନୂଆ ବର୍ଷ ପାଳନ

ନୂଆଦିଲ୍ଲୀ, ୧।୧: ନୂତନ ବର୍ଷ ୨୦୨୦କୁ ସ୍ବାଗତ କରିବା ପାଇଁ ଭାରତୀୟ କ୍ରୀଡ଼ା ଜଗତର ତାରକା ଖେଳାଳିମାନେ ସୋସିଆଲ ମିଡିଆର ସହାୟତା ନେଇଥିଲେ। ବିଭିନ୍ନ ସୋସିଆଲ ମିଡିଆରେ ଭାରତୀୟ ଖେଳାଳିମାନେ ନୂଆ ବର୍ଷ ପାର୍ଟିର ଫଟୋ ଶେୟାର କରିବା ସହିତ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ଏହି ତାଲିକାରେ ସର୍ବାଗ୍ରେ ରହିଛନ୍ତି ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି। ବର୍ତ୍ତମାନ କୋହଲି ସ୍ତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସହ ସୁଇଜରଲାଣ୍ଡରେ ଛୁଟି କଟାଉଛନ୍ତି। କୋହଲି ଓ ଅନୁଷ୍କା ସେଠାରେ ବଲିଉଡ୍‌ ଅଭିନେତା ସୈଫ୍‌ ଅଲୀ ଖଁ।, କରୀନା କପୁର ଓ ବରୁଣ ଧାଓ୍ବନଙ୍କ ସହ ଏକାଠି ନୂଆବର୍ଷ ପାଳନ କରୁଥିବାର ଏକ ଫଟୋ ଛାଡ଼ିଛନ୍ତି।
ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ ତାଙ୍କ ସ୍ତ୍ରୀ ସାକ୍ଷୀ ସିଂ ଧୋନୀ ମଧ୍ୟ ସୋସିଆଲ ମିଡିଆରେ ଅଭିନନ୍ଦନ ଜଣାଇଛନ୍ତି। ଦୁବାଇରେ ଛୁଟି କାଟି ଭାରତ ଫେରିଥିବା ଧୋନୀ ନୂଆ ବର୍ଷ ପାଳନ ଅବସରେ ପୁନେରେ ଏକ ପାର୍ଟିରେ ସାକ୍ଷୀଙ୍କ ସହ ଏକାଠି ଡ୍ୟାନ୍ସ କରୁଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ସାକ୍ଷୀ ନିଜ ଇନ୍‌ଷ୍ଟାଗ୍ରାମ ପୃଷ୍ଠାରେ ଏହି ଡ୍ୟାନ୍ସର ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ସେ ଧୋନୀଙ୍କ ସହ ଏକାଠି ଠିଆ ହୋଇଛନ୍ତି। ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର, ଭି.ଭିଏସ୍‌. ଲକ୍ଷ୍ମଣ, ଶିଖର ଧାଓ୍ବନ, ପି.ଭି. ସିନ୍ଧୁ, ଜିମାଷ୍ଟ ଦୀପା କର୍ମକାର ପ୍ରମୁଖ ସୋସିଆଲ ମିଡିଆରେ ନୂଆବର୍ଷ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri