କ୍ରୀଡ଼ା ପାଇଁ ୨୮୨୬.୯୨ କୋଟି ଟଙ୍କା ବଜେଟ

ନୂଆଦିଲ୍ଲୀ, ୨ା୨ (ପି.ଟି.)-କେନ୍ଦ୍ର ସରକାର କ୍ରୀଡ଼ା ପାଇଁ ୨୮୨୬.୯୨ କୋଟି ଟଙ୍କା ବ୍ୟବସ୍ଥା କରିଛନ୍ତି। ଗତ ବର୍ଷ ତୁଳନାରେ ଏହା ୫୦ କୋଟି ଟଙ୍କା ଅଧିକ। ତୃଣମୂଳ ଏବଂ ଯୁବ ସ୍ତରରେ ଖେଳର ବିକାଶ ଲାଗି ଖେଲୋ ଇଣ୍ଡିଆ ଯୋଜନାରେ ଅଧିକ ୨୯୧.୪୨ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି। ଫଳରେ ଅଲିମ୍ପିକ ବର୍ଷରେ ସରକାର ଅନ୍ୟ ବିଭାଗରେ ଆର୍ଥତ୍କ ମଞ୍ଜୁରୀ ହ୍ରାସ କରିଥିବା ସ୍ପଷ୍ଟ ହୋଇଛି। ପାର୍ଲାମେଣ୍ଟରେ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ଜାତୀୟ ଫେଡରେଶନଗୁଡ଼ିକ ଲାଗି ୨୪୫.୦୦ କୋଟି ଟଙ୍କା ବରାଦ ହୋଇଛି, ଯାହାକି ୨୦୧୯-୨୦ ବର୍ଷ ତୁଳନାରେ ଏହା ୫୫ କୋଟି ଟଙ୍କା କମ୍‌। କ୍ରୀଡ଼ାବିତ୍‌ଙ୍କ ଲାଗି ଉଦ୍ଦିଷ୍ଟ ପ୍ରୋତ୍ସାହନ ରାଶିର ପରିମାଣ ମଧ୍ୟ ହ୍ରାସ କରାଯାଇଛି। ଏହା ୧୧୧ କୋଟିରୁ ୭୦କୋଟି ଟଙ୍କାକୁ କମାଇ ଦିଆଯାଇଛି। ସେହିପରି ନ୍ୟାଶନାଲ ସ୍ପୋଟର୍‌ସ ଡେଭଲପମେଣ୍ଟ ବଜେଟର ପରିମାଣ ୫୦.୦୦ କୋଟି ଟଙ୍କାକୁ ହ୍ରାସ କରାଯାଇଛି। ଗତବର୍ଷ ଏବାବଦରେ ୭୭.୧୫ କୋଟି ଟଙ୍କା ବରାଦ କରାଯାଇଥିଲା। ସରକାର ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ପାଇଁ ୫୦୦ କୋଟି ଟଙ୍କା ବ୍ୟବସ୍ଥା କରିଛନ୍ତି। ସେହି ତୁଳନାରେ ଗତବର୍ଷ ଏବାବଦରେ ୬୧୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଥିଲା। ୨୦୧୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସାଇ ଷ୍ଟାଡିୟମର ଆଧୁନିକୀକରଣ ପାଇଁ ୭୫ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। ଗତବର୍ଷ ସରକାର ଏବାବାଦରେ ୯୬ କୋଟି ଟଙ୍କା ମଞ୍ଜୁର କରିଥିଲେ। କ୍ରୀଡ଼ାବିତ୍‌ମାନଙ୍କ ଲାଗି ଉଦ୍ଦିଷ୍ଟ ଜାତୀୟ କଲ୍ୟାଣ ପାଣ୍ଠି ପାଇଁ ପୂର୍ବ ଭଳି ୨ କୋଟି ଟଙ୍କା ବରାଦ କରାଯାଇଛି। ଜମ୍ମୁ-କଶ୍ମୀରରେ କ୍ରୀଡ଼ାର ବିକାଶ ଲାଗି ପୂର୍ବ ଭଳି ୫୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ଲକ୍ଷ୍ମୀବାଈ ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଫିଜିକାଲ ଏଜୁକେଶନ ପାଇଁ ବଜେଟରେ ଗତ ବର୍ଷ ତୁଳନାରେ ୫ କୋଟି ଟଙ୍କା ଅଧିକ ମଞ୍ଜୁର କରାଯାଇଛି। ଯାହା ଫଳରେ ଏହାର ପରିମଣା ୫୫ କୋଟି ଟଙ୍କାକୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?