କ୍ରୋମାଇଟ ପରିବହନକୁ ଶ୍ରମିକଙ୍କ ବିରୋଧ

କାଳିଆପାଣି,୨୦।୪(ଡିଏନଏ):  ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ସାରୁଆବିଲ ଖଣିରୁ କ୍ରୋମାଇଟ ପରିବହନକୁ ଶ୍ରମିକମାନେ ବିରୋଧ କରି ବନ୍ଦ କରିଦେଇଛନ୍ତି। ମିଶ୍ରିଲାଲ ଖଣିର ଲିଜ ଅବଧି ୩୧ମାର୍ଚ୍ଚ ୨୦୨୦ରୁ ସରିଥିବାବେଳେ ଏବେ ଅନ୍ୟ ଏକ କମ୍ପାନୀ ହାତକୁ ମାଲିକାନାସତ୍ୱ ଚାଲିଯାଇଛି। ଏପରିସ୍ଥଳେ ଦୀର୍ଘ ବର୍ଷ ହେବ ଖଣିରେ କାର୍ଯ୍ୟ କରୁଥିବା ଶ୍ରମିକଙ୍କ ସମସ୍ତ ପ୍ରାପ୍ୟ ନ ଦେଇ ଖଣି କର୍ତ୍ତୃପକ୍ଷ ପୂର୍ବରୁ ଗଚ୍ଛିତ ରହିଥିବା କ୍ରୋମାଇଟ ପରିବହନ କରିବାକୁ ସୋମବାର ଉଦ୍ୟମ କରିଥିଲେ। ଶ୍ରମିକମାନେ ଏହା ଜାଣିବା ପରେ ପରିବହନକୁ ବନ୍ଦ କରିଥିଲେ। ଗୋଟିଏ ପଟେ ଶ୍ରମିକମାନେ ଚାକିରି ହରାଇଥିବାବେଳେ ଅନ୍ୟପଟେ ପାଇବାକୁ ଥିବା ପ୍ରାପ୍ୟ ହରାଉଥିବାରୁ ପରିବାର ପ୍ରତିପୋଷଣ କିପରି କରିବେ ତାହା ସେମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଖଣି କର୍ତ୍ତୃପକ୍ଷଙ୍କ ଏପରି ଶ୍ରମିକମାରଣା ନୀତି ଯୋଗୁ ଶ୍ରମିକ ମହଲରେ ଅଶାନ୍ତି ବଢିବାରେ ଲାଗିଛି। ସୁକିନ୍ଦା ୱାର୍କର୍ସ ୟୁନିୟନର ଖଣି ସମ୍ପାଦକ ଶଙ୍କର ସିଦ୍ଧୁ, ସହସମ୍ପାଦକ ରମାକାନ୍ତ ମହାନ୍ତ, କାର୍ଯ୍ୟକାରୀ କମିଟି ସଭ୍ୟ ସନାତନ ଦାସ, ସୁବାସ ଦାସ, ପଦନ ସିଂ ପ୍ରମୁଖ ସୋମବାର କମ୍ପାନୀକୁ ଏ ସମ୍ପର୍କରେ ଦାବି ଜଣାଇବା ସହ ଯେଉଁ ପର୍ଯ୍ୟନ୍ତ ସମସ୍ତ ଦାବି ପୂରଣ ନ ହୋଇଛି ପରିବହନ କରିବାକୁ ଦିଆଯିବ ନାହିଁ ବୋଲି ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ମତାମତ ପାଇଁ ଖଣି ନିର୍ଦ୍ଦେଶକ ସିଦ୍ଧାର୍ଥ ଜୈନଙ୍କୁ ଯୋଗାଯୋଗ କରାଯାଇଥିଲେ ହେଁ ସେ ଫୋନ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?