କ୍ରୋମ ଖଣିରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ: ‘ଜିଲା ପ୍ରଶାସନ ନିଷ୍ପତ୍ତି ଏକପାଖିଆ’

କାଳିଆପାଣି/ସୁକିନ୍ଦା,୨୨।୮(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ ଥମିବାର ନାମ ଧରୁନି। ଏହାର ସମାଧାନ ନେଇ ମଙ୍ଗଳବାର ସୁକିନ୍ଦା ବ୍ଲକ କାର୍ଯ୍ୟାଳୟରେ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନେତୃତ୍ୱରେ ଏକ ବୈଠକ ହୋଇଥିଲା। କ୍ରୋମାଇଟ୍‌ ଲୋଡିଂକୁ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଜିଲାପାଳ କହିଥିଲେ। ଏଥିସହ ବିଭାଗୀୟ ଅଧିକାରୀଙ୍କୁ ନିୟମ ପାଳନ ଦିଗରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶ ମୁତାବକ ବୁଧବାର ସମସ୍ତ ଖଣି ଓ ଠିକାଦାରଙ୍କ ପକ୍ଷରୁ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂରେ ଆସୁଥିବା ଗାଡିଗୁଡିକୁ କ୍ରୋମ ଲୋଡିଂ ପାଇଁ ବ୍ୟବସ୍ଥା କରିଥିଲେ। କିନ୍ତୁ ମିନେରାଲ ଟ୍ରକ ମାଲିକ ସଂଘ ଆହ୍ବାନ କ୍ରମେ ବହୁ ସଂଖ୍ୟକ ଟ୍ରକ୍‌ ମାଲିକ କ୍ରୋମ ଲୋଡିଂ ପାଇଁ ଗାଡି ପଠାଇ ନ ଥିବାବେଳେ ଖଣିରେ ନିୟୋଜିତ ଶ୍ରମିକମାନେ ମଧ୍ୟ କ୍ରୋମ ଲୋଡିଂରେ ଅସହଯୋଗ କରିଥିଲେ। ଏହାକୁ ନେଇ ଖଣି ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ନିୟମ କାର୍ଯ୍ୟକାରୀ କରିବାରେ ଜିଲାପାଳ ନେଇଥିବା ନିଷ୍ପତ୍ତି ଏକ ପାଖିଆ ଦର୍ଶାଇ ମିନେରାଲ ଟ୍ରକ ମାଲିକ ସଂଘ ଏହାକୁ ବିରୋଧ କରିଛି। ଏ ନେଇ ସଂଘ ସଭାପତି ବିଦ୍ୟାଧର ପାତ୍ରଙ୍କ ନେତୃତ୍ୱରେ ଶତାଧିକ ଟ୍ରକ ମାଲିକ ଏକ ବିଶାଳ ଶୋଭାଯାତ୍ରାରେ କାଳିଆପାଣି ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସଂଘ ସଭାପତିଙ୍କ ସହ ଅମଳେନ୍ଦୁ ବେହୁରା, କୃତୀବାସ ଭଞ୍ଜ,ଏମ ନାଦିର, ଆଶିଷ ଜେନା, ବିଭୂ ଦାସ, ବଳରାମ ଦାସଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଥାନାଧିକାରୀ ରମାକାନ୍ତ ମୁଦୁଲୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଥିଲେ। ଏଥିରେ ଦୀର୍ଘ ୪୦ ବର୍ଷଧରି ପରିଚାଳନାଧୀନ ମିନେରାଲ ଟ୍ରକ୍‌ ମାଲିକ ସଂଘ ଓ ଯାଜପୁର ରୋଡ ଓ ଚଣ୍ଡିଖୋଲ ଟ୍ରକ୍‌ମାଲିକ ସଂଘର ବୈଧତା ଆଧାରରେ ସଭ୍ୟମାନଙ୍କୁ ଖଣିଜ ପରିବହନ କରିବାକୁ ଅନୁମତି ପତ୍ରପ୍ରଦାନ କରିବାକୁ ସଂଘ ଦାବି କରିଛି। ଖଣି ମାଲିକମାନେ ଟ୍ରକ୍‌ ଡ୍ରାଇଭର ଓ ହେଲପରଙ୍କ ପାଇଁ ଉନ୍ନତମାନର ଶୌଚାଳୟ ନିର୍ମାଣ କରିବା ସହ ପାର୍କିଂ ୟାର୍ଡ ଗଠନ କରିିବା ପାଇଁ ଦାବିପତ୍ରରେ ଉଲ୍ଲେଖ ରହିଛି। ଅପରପକ୍ଷେ କୁହିକାଟ୍ରକ୍‌ ମାଲିକ ସଂଘ ପକ୍ଷରୁ ସଂଘ କାର୍ଯ୍ୟାଳୟଠାରେ ବିଶ୍ୱଜିତ ରାଜ ଓ ଅରୁଣକୁମାର ପରିଡାଙ୍କ ନେତୃତ୍ୱରେ ଏକ ବୈଠକ ହୋଇଥିଲା। ଏଥିରେ ମିନେରାଲ ଟ୍ରକ୍‌ ମାଲିକ ସଂଘ କାର୍ଯ୍ୟକଳାପକୁ ନିନ୍ଦା କରାଯାଇଛି। ଯେ ପର୍ଯ୍ୟନ୍ତ ଖଣି ଅଞ୍ଚଳରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ନିୟମକୁ କଡ଼ାକଡି ପାଳନ କରା ନ ଯାଇଛି। କୁହିକା ଟ୍ରକ୍‌ ମାଲିକ ସଂଘ ପ୍ରତିବାଦ ଜାରି ରଖିବ ବୋଲି କହିଛି। ଏ ସମ୍ପର୍କରେ କାଳିଆପାଣି ଥାନାଧିକାରୀ ରମାକାନ୍ତ ମୁଦୁଲିଙ୍କୁ ପଚାରିବାରୁ ଖାଦାନରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri