Posted inଖେଳ

କ୍ଲାର୍କଙ୍କ ବିବାହ ବିଚ୍ଛେଦ

ମେଲବୋର୍ନ, ୧୩।୨ (ପି.ଟି.)- ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ମାଇକେଲ କ୍ଲାର୍କ ଓ ତାଙ୍କ ସ୍ତ୍ରୀ କେଲୀ ବୋଲ୍ଡିଙ୍କ ମଧ୍ୟରେ ବିବାହ ବିଚ୍ଛେଦ ଘଟିଛି। ବିବାହର ୭ ବର୍ଷ ପରେ ବିଚ୍ଛେଦ ପାଇଁ ଉଭୟ ବୁଝାମଣା ଭିତ୍ତିିରେ ଏହି ନିଷ୍ପତ୍ତି ନେଇଥିବା କ୍ଲାର୍କ ପ୍ରକାଶ କରିଛନ୍ତି। ତାଙ୍କର ୪ ବର୍ଷର ଏକ ଝିଅ କେଲସି ଲି ରହିଛି। ଏହି ବିଚ୍ଛେଦ ପାଇଁ କ୍ଲାର୍କ ୪୦ ମିଲିୟନ ଆମେରିକୀୟ ଡଲାର (ଭାରତୀୟ ମୁଦ୍ରାରେ ପାଖାପାଖି ୨,୮୫,୬୫,୬୨,୦୦୦ ଟଙ୍କା) ପ୍ରଦାନ କରିଥିବା ସ୍ଥାନୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ‘କିଛି ବର୍ଷ ଅଲଗା ହୋଇ ରହିବା ପରେ ଆମେ ପରସ୍ପର ବିଚ୍ଛେଦ ଭଳି କଠିନ ନିଷ୍ପତ୍ତି ନେଇଛୁ’ କ୍ଲାର୍କ ଓ କେଲୀ ଉଭୟ ଦି ଅଷ୍ଟ୍ରେଲିଆନ୍‌ ଖବରକାଗଜକୁ ସାକ୍ଷାତ୍‌କାର ଅବସରରେ କହିଛନ୍ତି। ‘ଆମେ ପରସ୍ପରକୁ ବହୁତ ସମ୍ମାନ କରୁ ଏବଂ ସହମତି ଭିତ୍ତିରେ ଅଲଗା ହେବା ପାଇଁ ନିଷ୍ପତ୍ତି ନେଇଛୁ। ଝିଅର ଦେଖାଶୁଣା ଆମେ ମିଳିତ ଭାବେ ନେବାକୁ ପ୍ରତିଶ୍ରୁତିବଦ୍ଧ’ ବୋଲି ଉଭୟ ଏହି ଅବସରରେ କହିଛନ୍ତି। ଉଭୟ କ୍ଲାର୍କ ଓ କେଲୀଙ୍କୁ ୩୮ ବର୍ଷ ହୋଇଥିବାବେଳେ ୨୦୧୨ରେ ପରସ୍ପର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ୨୦୧୫ରେ କେଲ୍‌ସି ଜନ୍ମ ହୋଇଥିବାବେଳେ ଏହାର ଠିକ୍‌ ଗୋଟିଏ ମାସ ପରେ କ୍ଲାର୍କ କ୍ରିକେଟ୍‌ରୁ ଅବସର ଘୋଷଣା କରିଥିଲେ। ଗତ ୫ ମାସ ହେବ କ୍ଲାର୍କ ଓ କେଲୀ ପରସ୍ପର ଅଲଗା ରହୁଥିଲେ। ପୂର୍ବତନ ବିଶ୍ୱକପ୍‌ ବିଜେତା ଅଧିନାୟକ କ୍ଲାର୍ବ ଏହାପରେ ସିଡ୍‌ନୀସ୍ଥିତ କେଲୀଙ୍କ ବିଳାସମୟ ଘରୁ ବାହାରି ବୋଣ୍ଡି ବିଚ୍‌ ଆପାର୍ଟମେଣ୍ଟରେ ଏକାକୀ ରହୁଥିଲେ। ପ୍ରକାଶଯୋଗ୍ୟ, କ୍ଲାର୍କ ୨୦୦୪ରୁ ୨୦୧୫ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆ ପକ୍ଷରୁ ୧୧୫ ଟେଷ୍ଟ ଓ ୨୪୫ ଦିନିକିଆ ଖେଳି ଯଥାକ୍ରମେ ୮,୬୪୩ ଓ ୭,୯୮୧ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri