Posted inଖେଳ

କ୍ଲୁଜନର ଆଫଗାନିସ୍ତାନ ମୁଖ୍ୟ କୋଚ୍‌

କାବୁଲ, ୨୮।୯ (ପି.ଟି.)- ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲ୍‌ରାଉଣ୍ଡର ଲାନ୍ସ କ୍ଲୁଜନରଙ୍କୁ ଶୁକ୍ରବାର ଆଫଗାନିସ୍ତାନ କ୍ରିକେଟ୍‌ ଦଳର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ଆଫଗାନିସ୍ତାନ ଦଳର ମୁଖ୍ୟ କୋଚ୍‌ ରହିଥିବା ଓ୍ବେଷ୍ଟଇଣ୍ଡିଜର ଫିଲ୍‌ ସିମନ୍ସଙ୍କ କାର୍ଯ୍ୟକାଳ ଗତ ଆଇସିସି ବିଶ୍ୱକପ୍‌ ପରେ ସମାପ୍ତ ହୋଇଯାଇଥିଲା। ଏହାପରେ ଆଫଗାନିସ୍ତାନ କ୍ରିକେଟ୍‌ ବୋର୍ଡ (ଏସିବି) ପକ୍ଷରୁ ନୂଆ କୋଚ୍‌ ପାଇଁ ଦରଖାସ୍ତ ଆହ୍ବାନ କରାଯାଇଥିବାବେଳେ ୫୦ ଜଣ ଆବେଦନ କରିଥିବା ଜଣାପଡ଼ିଛି। ଭାରତ ବିପକ୍ଷ ଗତ ଟି୨୦ ସିରିଜରେ କ୍ଲୁଜନର ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ଆସିଷ୍ଟାଣ୍ଟ ବ୍ୟାଟିଂ କୋଚ୍‌ ଭାବେ ଦାୟିତ୍ୱ ତୁଲାଉଥିଲେ। ଆସନ୍ତା ନଭେମ୍ବରରେ ଆଫଗାନିସ୍ତାନ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିପାକ୍ଷିକ ସିରିଜ ଖେଳାଯିବା କାର୍ଯ୍ୟସୂଚୀ ରହିଛି। ଏହି ସିରିଜରେ କ୍ଲୁଜନର ଆଫଗାନିସ୍ତାନ ଦଳ ସହ ଯୋଗଦେବେ ବୋଲି ଜଣାପଡ଼ିଛି। ୪୮ ବର୍ଷୀୟ କ୍ଲୁଜନର ଦକ୍ଷିଣ ଆଫ୍ରିକା ପକ୍ଷରୁ ୪୯ ଟେଷ୍ଟ ଓ ୧୭୧ ଦିନିକିଆ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିଛନ୍ତି। ଲେଭଲ-୪ କୋଚିଂ ସାର୍ଟିଫିକେଟ୍‌ ହାସଲ କରିସାରିଥିବା ଏହି ଖ୍ୟାତନାମା ଅଲ୍‌ରାଉଣ୍ଡର୍‌ ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ କୋଚ୍‌ ଭାବେ ଦାୟିତ୍ୱ ତୁଲାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri