କ୍ଷତିଗ୍ରସ୍ତଙ୍କ ପାଖରେ ପହଞ୍ଚିନାହାନ୍ତି ସରକାର: ଭାଜପା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ଫନୀକୁ ୧୮ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତଙ୍କ ପାଖରେ ”ଜିରୋ କାଜୁଆଲିଟିର“ ନାରା ଦେଉଥିବା ସରକାର ପହଞ୍ଚିପାରି ନାହାନ୍ତି। ରାଜ୍ୟରେ ହଜାର ହଜାର ଲୋକ ବିଶେଷ କରି ପୁରୀ, ଖୋର୍ଦ୍ଧା,ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା ଜିଲାରେ ବିପନ୍ନ ହୋଇଥିଲେ ମଧ୍ୟ ସରକାରଙ୍କ କ୍ଷୟକ୍ଷତି ଆକଳନରେ ବିଳମ୍ବ ଏବଂ ରିଲିଫ ବଣ୍ଟନରେ ପାତର ଅନ୍ତର ଯୋଗୁ ବିପନ୍ନ ପାଖରେ ପ୍ରଶାସନର ସୁବିଧା ପହଞ୍ଚି ପାରିନାହିଁ ବୋଲି ଭାଜପା କୃଷକ ମୋର୍ଚ୍ଚା ଅଭିଯୋଗ କରିଛି। ଭାଜପା କୃଷକ ମୋର୍ଚ୍ଚାର ଏକ ୭ଜଣିଆ ପ୍ରତିନିଧି ମଣ୍ଡଳୀ ପୁରୀ ଜିଲା କଣାସ ବ୍ଲକ୍‌ ତ୍ରିଲୋଚନପୁର ପଞ୍ଚାୟତର କଣ୍ଠପଡା ଗ୍ରାମର ଫନୀ ବାତ୍ୟାରେ କ୍ଷୟକ୍ଷତିରେ ମ୍ରିୟମାଣ ହୋଇ କୀଟନାଶକ ପିଇ ଆମତ୍ହତ୍ୟା କରିଥିବା ଯୁବଚାଷୀ ବିଶ୍ୱନାଥ ଦଳେଇଙ୍କ ପରିବାରକୁ ଭେଟିଛନ୍ତି। ମୋର୍ଚ୍ଚାର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ମହେଶ୍ୱର ସାହୁ କହିଛନ୍ତି, ବିଶ୍ୱନାଥ ନିଜର ୧ଏକର ଡାଲୁଆ ଧାନ ଏବଂ ପ୍ରାୟ ୩ ଏକର ଜମିରେ ଭାଗ ଚାଷ କରୁଥିଲେ। ସ୍ଥାନୀୟ ସମବାୟ ସମିତିର ଋଣ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଋଣ ଏବଂ ହାତଉଦ୍ଧାରି ପ୍ରାୟ ୩ଲକ୍ଷ ଟଙ୍କାର କରଜ ସହିତ ଚାଷ କ୍ଷୟକ୍ଷତିର ଦୁଃଖକୁ ସମ୍ଭାଳି ନ ପାରି କୀଟନାଶକ ପିଇଲେ। ୧୦ଦିନ ମେଡିକାଲରେ ରହି ଜୀବନ ସହ ସଂଘର୍ଷ କରିବାପରେ ତାଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?