କ୍ଷତିପୂରଣ ଦାବିରେ ଚାଷୀଙ୍କ ଜାତୀୟ ରାଜପଥ ଅବରୋଧ

ଚଣ୍ଡିଖୋଲ,୩୦-୧୦(ଡି.ଏନ୍‌.ଏ.)- ଗତ ସପ୍ତାହରେ ୩ଦିନ ଧରି ଲଗାଣ ବର୍ଷା ଯୋଗୁ ବଡ଼ଚଣା ବ୍ଲକର ବହୁ ଅଞ୍ଚଳରେ ବ୍ୟାପକ ଫସଲ ହାନୀ ହୋଇଛି। ପ୍ରଶାସନ ପକ୍ଷରୁ ଅଦ୍ୟାବଧି କ୍ଷୟକ୍ଷତି ଆକଳନ କରାଯାଇ ଚାଷୀଙ୍କୁ କ୍ଷତିପୂରଣ ଦେବା ପାଇଁ କୌଣସି ବ୍ୟବସ୍ଥା ହୋଇନାହିଁ। ବହୁ ଅଞ୍ଚଳରେ ପାଣି ନିଷ୍କାସନ ହୋଇ ନ ପାରି ଶାରଦ ଧାନ, ରବିଫସଲ ଓ ପନିପରିବା ବୁଡ଼ି ରହିଛି। ଥୋଡ଼ ହେଉଥିତ୍ବା ଧାନ କିଆରିରେ ପାଣି ଜମି ରହିବା ଫଳରେ ଧାନ ଫସଲ ପଚି ଯାଇଛି। କ୍ଷୟକ୍ଷତିର ଆକଳନ ସହ ସରକାରଙ୍କଠାରୁ ସହାୟତା ଆଶାକରି ମଙ୍ଗଳବାର ଅଣକା, ମାଣ୍ଡୁକା, କୁନ୍ଦଳ ଓ ଅରଖପୁର ପଞ୍ଚାୟତର ଚାଷୀମାନେ ଚଣ୍ଡିଖୋଲ-ପାରାଦୀପ ୫ନଂ (କ) ଜାତୀୟ ରାଜପଥକୁ ଭାକୁଡ଼ ଛକଠାରେ ଦୀର୍ଘ ୨ଘଣ୍ଟା ଧରି ଅବରୋଧ କରିଥିଲେ। ଚାଷୀମାନେ ଫସଲ ହାନୀର କ୍ଷୟକ୍ଷତି ଆକଳନ, ରବିଫସଲ ଉଠିଆ ପାଇଁ ମାଗଣାରେ ବିରି ବିହନ ଯୋଗାଣ, ନଷ୍ଟ ହୋଇଥିବା ଚାଷର କ୍ଷତିପୂରଣ ପ୍ରଦାନ, କୃଷିଋଣ ଛାଡ଼ ଓ ନୂତନ ଋଣ ପ୍ରଦାନ ଦାବି କରି ଏହି ରାସ୍ତାରୋକୋ କରିଥିଲେ। ୨ଘଣ୍ଟା ଧରି ରାସ୍ତାରୋକୋ ଫଳରେ ରାଜପଥର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଚାଷୀଙ୍କ ଠାରୁ ଦାବୀପତ୍ର ଗ୍ରହଣ କରି ବୁଝାଶୁଝା କରିବା ପରେ ଆନ୍ଦୋଳନକାରୀମାନେ ରାସ୍ତାରୋକୋରୁ ଦିନ ପ୍ରାୟ ସାଢେ ବାରଟାବେଳେ ଉଠି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?