କ୍ଷତିପୂରଣ ସହାୟତା ଦାବି କଲେ ଚାଷୀ

ବରଗଡ଼ ଅଫିସ୍‌,୭।୫: ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ରେଶମ ପଞ୍ଚାୟତର ରେଶମ, ସିଂହେନପାଲି, ପ୍ରଧାନପାଲି, ଇଛାପଦର ଆଦି ଗ୍ରାମରେ ଗତ ଏପ୍ରିଲ ୭ତାରିଖ ଏବଂ ଚଳିତମାସ ୫ତାରିଖ ହୋଇଥିବା ଝଡ଼ବର୍ଷା, କରକାପାତରେ ବ୍ୟାପକ ଧାନ, ପରିବା ଫସଲ ଉଜୁଡ଼ି ଯାଇଛି । ସେହିପରି ସମ୍ପୃକ୍ତ ଅଞ୍ଚଳରେ ଅଜଣା ରୋଗପୋକରେ ମଧ୍ୟ ଫସଲ ଧୂଳିସାତ୍‌ ହୋଇ ପଡ଼ିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି । ଫଳରେ ଫସଲକ୍ଷତିର ଠିକ୍‌ ଆକଳନ କରି ସେମାନଙ୍କୁ କ୍ଷତିପୂରଣ ସହାୟତା ଯୋଗାଇବା ଦିଗରେ ପଦକ୍ଷେପ ନେବାକୁ ଚାଷୀମାନେ ଦାବି କରିଛନ୍ତି । ଏହି ପରିପ୍ରେକ୍ଷୀରେ ବୁଧବାର ଅଞ୍ଚଳର ଚାଷୀମାନେ ସ୍ଥାନୀୟ ରାଜସ୍ବ ନିରୀକ୍ଷକଙ୍କ ଜରିଆରେ ଭେଡ଼େନ ତହସିଲଦାରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ସ୍ମାରକପତ୍ର ପ୍ରଦାନ ସମୟରେ ସୁଦାମ ପାତ୍ର, ସଞ୍ଜିବ କୁମାର ଭୋଇ, ଦାଶରଥି ଭୋଇ, ଗଙ୍ଗାଧର ପ୍ରଧାନ, ବୀର କିଶୋର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ମନରେଗାର କାର୍ଯ୍ୟକାରିତା ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଶ୍ନ

ଗଞ୍ଜାମ, ୩୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ୍‌ରେ ଶୁକ୍ରବାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷା…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ/ନବରଙ୍ଗପୁର, ୩୧।୭(ସନ୍ତୋଷ ସତପଥୀ/ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri