କ୍ଷତି ବଢ଼ିବା ପରେ ଚେତିଲା ପ୍ରଶାସନ: ମାସକ ମଧ୍ୟରେ କର୍ମଚାରୀଙ୍କୁ ମିଳିବ ବକେୟା

ଭଞ୍ଜନଗର,୧୯।୬(ଡି.ଏନ.ଏ)-ଭଞ୍ଜନଗର ଓଏସ୍‌ଆର୍‌ଟିସି ଜୋନର ଅସ୍ଥାୟୀ କର୍ମଚାରୀମାନେ ବକେୟା ଦରମା ଦାବି ନେଇ ଗତ ମାସରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଥିଲେ। ଜୋନ୍‌ର କ୍ଷତି ବଢ଼ିବା ପରେ ପ୍ରଶାସନ ଶେଷରେ ଚେତିଛି। କର୍ମଚାରୀଙ୍କ ଦାବି ବିଚାରକୁ ନିଆଯିବ ବୋଲି ଜିଲା ପ୍ରଶାସନ ପ୍ରତିଶ୍ରୁତି ମିଳିବା ପରେ ମଙ୍ଗଳବାର ରାତିରୁ କର୍ମଚାରୀମାନେ ଆନ୍ଦୋଳନରୁ ଓହରିଛନ୍ତି। ବୁଧବାର ସକାଳୁ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ ବୋଲି ନିଷ୍ପତ୍ତି ନେଇଛନ୍ତି।
ଓଏସ୍‌ଆରଟିସି ଅସ୍ଥାୟୀ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇ ଥିବା ଯୋଗୁ ଏଠାରେ ଥିବା ବସ୍‌ ଚଳାଚଳ ହୋଇପାରି ନ ଥିଲା। ଏଥିଯୋଗୁ ବିଭାଗର କ୍ଷତି ହେଉଥିଲା। ତେଣୁ ବିଭାଗ ପକ୍ଷରୁ ଏଠାରେ ଥିବା ବସ୍‌ଗୁଡ଼ିକୁ ନେଇ ଅନ୍ୟ ଜୋନରେ ଚଲାଇବା ପାଇଁ ଯୋଜନା ହୋଇଥିଲା। ସରକାର ଏହି ଜୋନକୁ ବନ୍ଦ କରିବା ପାଇଁ ଯୋଜନା କରୁଥିବା ଭାବି କର୍ମଚାରୀମାନେ ଆନ୍ଦୋଳନ ଜାରି ରଖିଥିଲେ। ଏପରିକି ବିଭିନ୍ନ ସଙ୍ଗଠନ ମଧ୍ୟ ସେମାନଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇଥିଲେ। ଏହି ସମୟ ମଧ୍ୟରେ ବିଭାଗ ପକ୍ଷରୁ ବସ୍‌କୁ ନେଇ ଅନ୍ୟ ଜୋନରେ ଚଲାଇବା ପାଇଁ ବାରମ୍ବାର ପୋଲିସର ସହାୟତା ନିଆଯାଇଥିଲେ ମଧ୍ୟ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ବସ ସ୍ଥାନାନ୍ତର ହୋଇପାରି ନ ଥିଲା। ଫଳରେ ବିଭାଗର ପ୍ରାୟ ୨କୋଟିରୁ ଉର୍ଦ୍ଧ୍ୱ ଟଙ୍କା କ୍ଷତି ହୋଇଥିଲା। ସୋମବାର କ୍ରିୟାନୁଷ୍ଠାନ କମିଟି, କର୍ମଚାରୀ ସଂଘର ନେତାମାନେ ଗଞ୍ଜାମ ଜିଲାପାଳଙ୍କୁ ଛତ୍ରପୁରରେ ଭେଟି ସମସ୍ୟା ଉପରେ ଆଲୋଚନା କରିଥିଲେ। ଏହାପରେ ଜିଲାପାଳଙ୍କ ଉପସ୍ଥିତିରେ ସମସ୍ୟାର ସମାଧାନ ହୋଇଛି। କର୍ମଚାରୀମାନଙ୍କ ବକେୟା ଦରମା ଏକ ମାସ ମଧ୍ୟରେ ପ୍ରଦାନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଏଥିସହ ଅନ୍ୟ ଦାବିଗୁଡ଼ିକ ପ୍ରତି ପଦକ୍ଷେପ ନିଆଯାଉଥିବା ପ୍ରତିଶ୍ରୁତି ମିଳିବା ପରେ ସ୍ଥାନୀୟ ଓଏସ୍‌ଆରଟିସି କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ସନ୍ଧ୍ୟାରେ ଖବରଦାତା ସମ୍ମିଳନୀରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିବା ନେଇ ସଂଘ ପକ୍ଷରୁ ଘୋଷଣା କରାଯାଇଛି। ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଉଦ୍ୟମକ୍ରମେ କର୍ମଚାରୀଙ୍କ ଦାବି ପୂରଣ ହୋଇପାରିଛି। ତେଣୁ ସଂଘ ସେମାନଙ୍କୁ ସ୍ବାଗତ କରାଯାଇଛି ବୋଲି କର୍ମଚାରୀ ସଂଘର ସଭାପତି ବଟକୃଷ୍ଣ ପଣ୍ଡା ଏକ ବିବୃତିରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?