କ୍ଷୀର ବ୍ୟବସାୟୀ ହତ୍ୟା ଘଟଣା ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ୍‌ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୧୯ା୬: ଗଞ୍ଜାମ ଜିଲା ଗୋସାଇଁନୂଆଗାଁ ହିଲ୍‌ପଟଣାସ୍ଥିତ ହେରିଟେଜ୍‌ କ୍ଷୀର ଡିଲର ଲମ୍ବୋଦର ମୁନିଙ୍କୁ ହତ୍ୟା କରି ସୁନା ଗହଣା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ବହୁଚର୍ଚିତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ତଥା ମୃତ ଲମ୍ବୋଦରଙ୍କ ଡ୍ରାଇଭର ରୂପେଶ କୁମାର ପାଢ଼ୀ ଓରଫ ଲାଲାଙ୍କ ସମେତ ୩ ଜଣଙ୍କୁ ପୋଲିସ ଗିରଫ କରିଛି ବୋଲି ଶୁକ୍ରବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ସୂଚନା ଦେଇଛନ୍ତି। ଏହି ହତ୍ୟାକାଣ୍ଡ ଘଟଣାର ଅନ୍ୟ ୨ ଅଭିଯୁକ୍ତ ଫେରାର ଥିବା ସେ କହିଛନ୍ତି। ବ୍ୟବସାୟୀଙ୍କୁ ହତ୍ୟା କରିବା ପରେ ଲକ୍ଷ୍ମୀ ଭଣ୍ଡାରରୁ ଲୁଟି ନେଇଥିବା ସୁନା ଗହଣା ଓ ଟଙ୍କା ମଧ୍ୟରୁ ପୋଲିସ ୪ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର ଅଭିଯୁକ୍ତଙ୍କଠାରୁ ଜବତ କରିଥିବା ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ସୂଚନା ଦେଇଛନ୍ତି। ଏନେଇ କେସ୍‌ ନମ୍ବର ୮୭/୧୯ ଅନୁସାରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଫେରାର ଅଭିଯୁକ୍ତଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁପ୍ରସାଦ ପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri