Posted inରାଜ୍ୟ

କ୍ଷୁଦ୍ର, ନାମମାତ୍ର ଚାଷୀଙ୍କୁ ଖରିଫ ଋଣ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୩।୫(ବ୍ୟୁରୋ): କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ମୂଲ୍ୟ ସହାୟକ ଯୋଜନାରେ ରବିଧାନ, ଡାଲି ଓ ତୈଳବୀଜ ସଂଗ୍ରହ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୁରୁତ୍ବାରୋପ କରିଛନ୍ତି। ରାଜ୍ୟର ପ୍ରାୟ ୯୦ପ୍ରତିଶତ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଖରିଫଚାଷ ନିମନ୍ତେ ଋଣ ଯୋଗାଇଦେବା ଦିଗରେ ସମବାୟ ବ୍ୟାଙ୍କ ଏବଂ ପ୍ରାଥମିକ କୃଷି ସମବାୟ ସମିତିଗୁଡ଼ିକ ତତ୍ପରତା ପ୍ରକାଶ କରନ୍ତୁ ବୋଲି ମନ୍ତ୍ରୀ ସ୍ବାଇଁ ଭିଡିଓ କନ୍‌ଫରେନ୍ସିଂ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ା
ମଙ୍ଗଳବାର ରାଜ୍ୟ ସମବାୟ ବ୍ୟାଙ୍କ ପରିସରରେ ଭିଡିଓ କନ୍‌ଫରେନ୍ସିଂ ବୈଠକ ଅନୁଷ୍ଠିତ ହୋଇଥିଲା ା ଏଥିରେ ମନ୍ତ୍ରୀ ସ୍ବାଇଁ ଖରିଫ ଋଣ ଯୋଗାଣ, ପ୍ୟାକ୍ସ ଓ ଲ୍ୟାମ୍ପସ୍‌ ମାଧ୍ୟମରେ ରବିଧାନ, ଡାଲି ଓ ତୈଳବୀଜ ସଂଗ୍ରହ ଏବଂ ପ୍ୟାକ୍ସଗୁଡ଼ିକରେ ପର୍ଯ୍ୟାପ୍ତ ସାର ମହଜୁଦ ନେଇ ସମୀକ୍ଷା କରିଥିଲେ। ରାଜ୍ୟରେ ଖାଦ୍ୟ ନିରାପତ୍ତା, କୃଷି କାର୍ଯ୍ୟ ଏବଂ ଶସ୍ୟ ସଂଗ୍ରହ ଉପରେ ପ୍ରାଥମିକତା ଦିଆଯାଉଛି। ମୂଲ୍ୟ ସହାୟକ ଯୋଜନାରେ ବିରି, ମୁଗ, ଚିନାବାଦାମ ଏବଂ ସୂର୍ଯ୍ୟମୁଖୀ ମଞ୍ଜି ସଂଗ୍ରହ ଗତ ୭ ତାରିଖରୁ ଆରମ୍ଭ ହୋଇଛି। କିଭଳି ଅଧିକ ଚାଷୀଙ୍କ ନାମ ପଞ୍ଜୀକରଣ କରିହେବ ସେଥିପ୍ରତି ପଦକ୍ଷେପ ନେବା ଦରକାର। କ୍ଷେତ୍ର ଅଧିକାରୀମାନେ ଆସନ୍ତା ୩ଦିନ ମଧ୍ୟରେ ସମସ୍ତ ପ୍ୟାକ୍ସ, ଲ୍ୟାମ୍ପ୍ସ ଏବଂ ଶସ୍ୟ ସଂଗ୍ରହ କେନ୍ଦ୍ର ପରିଦର୍ଶନ କରନ୍ତୁ ବୋଲି ସେ ପରାମର୍ଶ ଦେଇଥିଲେ। ଚଳିତ ଖରିଫରେ ସମବାୟ ସମିତି ଓ ସମବାୟ ବ୍ୟାଙ୍କଗୁଡ଼ିକ ଦ୍ବାରା ୭୫୦୦ କୋଟି ଟଙ୍କା ଫସଲ ଋଣ ଆକାରରେ ପ୍ରଦାନର ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ମାସ ଶେଷ ସୁଦ୍ଧା ୨ ହଜାର କୋଟି ଟଙ୍କାର ଫସଲ ଋଣ ଯୋଗାଇଦେବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅଧିକରୁ ଅଧିକ ଯୁଗ୍ମଦେୟ ଗୋଷ୍ଠୀ ଯେପରି ଫସଲ ଋଣର ସୁବିଧା ପାଇପାରିବେ ସେଥିପ୍ରତି ପଦକ୍ଷେପ ନିଆଯିବ। ମତ୍ସ୍ୟଚାଷ ଓ ଆନୁଷଙ୍ଗିକ କ୍ଷେତ୍ର ସମେତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ସ୍ବଳ୍ପକାଳୀନ ଋଣ ପ୍ରଦାନ ଉପରେ ପଦକ୍ଷେପ ନେବାକୁ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri