ଭୁବନେଶ୍ୱର, ୧୩।୫(ବ୍ୟୁରୋ): କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ମୂଲ୍ୟ ସହାୟକ ଯୋଜନାରେ ରବିଧାନ, ଡାଲି ଓ ତୈଳବୀଜ ସଂଗ୍ରହ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୁରୁତ୍ବାରୋପ କରିଛନ୍ତି। ରାଜ୍ୟର ପ୍ରାୟ ୯୦ପ୍ରତିଶତ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଖରିଫଚାଷ ନିମନ୍ତେ ଋଣ ଯୋଗାଇଦେବା ଦିଗରେ ସମବାୟ ବ୍ୟାଙ୍କ ଏବଂ ପ୍ରାଥମିକ କୃଷି ସମବାୟ ସମିତିଗୁଡ଼ିକ ତତ୍ପରତା ପ୍ରକାଶ କରନ୍ତୁ ବୋଲି ମନ୍ତ୍ରୀ ସ୍ବାଇଁ ଭିଡିଓ କନ୍ଫରେନ୍ସିଂ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ା
ମଙ୍ଗଳବାର ରାଜ୍ୟ ସମବାୟ ବ୍ୟାଙ୍କ ପରିସରରେ ଭିଡିଓ କନ୍ଫରେନ୍ସିଂ ବୈଠକ ଅନୁଷ୍ଠିତ ହୋଇଥିଲା ା ଏଥିରେ ମନ୍ତ୍ରୀ ସ୍ବାଇଁ ଖରିଫ ଋଣ ଯୋଗାଣ, ପ୍ୟାକ୍ସ ଓ ଲ୍ୟାମ୍ପସ୍ ମାଧ୍ୟମରେ ରବିଧାନ, ଡାଲି ଓ ତୈଳବୀଜ ସଂଗ୍ରହ ଏବଂ ପ୍ୟାକ୍ସଗୁଡ଼ିକରେ ପର୍ଯ୍ୟାପ୍ତ ସାର ମହଜୁଦ ନେଇ ସମୀକ୍ଷା କରିଥିଲେ। ରାଜ୍ୟରେ ଖାଦ୍ୟ ନିରାପତ୍ତା, କୃଷି କାର୍ଯ୍ୟ ଏବଂ ଶସ୍ୟ ସଂଗ୍ରହ ଉପରେ ପ୍ରାଥମିକତା ଦିଆଯାଉଛି। ମୂଲ୍ୟ ସହାୟକ ଯୋଜନାରେ ବିରି, ମୁଗ, ଚିନାବାଦାମ ଏବଂ ସୂର୍ଯ୍ୟମୁଖୀ ମଞ୍ଜି ସଂଗ୍ରହ ଗତ ୭ ତାରିଖରୁ ଆରମ୍ଭ ହୋଇଛି। କିଭଳି ଅଧିକ ଚାଷୀଙ୍କ ନାମ ପଞ୍ଜୀକରଣ କରିହେବ ସେଥିପ୍ରତି ପଦକ୍ଷେପ ନେବା ଦରକାର। କ୍ଷେତ୍ର ଅଧିକାରୀମାନେ ଆସନ୍ତା ୩ଦିନ ମଧ୍ୟରେ ସମସ୍ତ ପ୍ୟାକ୍ସ, ଲ୍ୟାମ୍ପ୍ସ ଏବଂ ଶସ୍ୟ ସଂଗ୍ରହ କେନ୍ଦ୍ର ପରିଦର୍ଶନ କରନ୍ତୁ ବୋଲି ସେ ପରାମର୍ଶ ଦେଇଥିଲେ। ଚଳିତ ଖରିଫରେ ସମବାୟ ସମିତି ଓ ସମବାୟ ବ୍ୟାଙ୍କଗୁଡ଼ିକ ଦ୍ବାରା ୭୫୦୦ କୋଟି ଟଙ୍କା ଫସଲ ଋଣ ଆକାରରେ ପ୍ରଦାନର ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ମାସ ଶେଷ ସୁଦ୍ଧା ୨ ହଜାର କୋଟି ଟଙ୍କାର ଫସଲ ଋଣ ଯୋଗାଇଦେବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅଧିକରୁ ଅଧିକ ଯୁଗ୍ମଦେୟ ଗୋଷ୍ଠୀ ଯେପରି ଫସଲ ଋଣର ସୁବିଧା ପାଇପାରିବେ ସେଥିପ୍ରତି ପଦକ୍ଷେପ ନିଆଯିବ। ମତ୍ସ୍ୟଚାଷ ଓ ଆନୁଷଙ୍ଗିକ କ୍ଷେତ୍ର ସମେତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ସ୍ବଳ୍ପକାଳୀନ ଋଣ ପ୍ରଦାନ ଉପରେ ପଦକ୍ଷେପ ନେବାକୁ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି।
କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ
କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…
ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ
ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…
ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ
ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…
ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ
ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…
ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ
ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…
୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ
କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…
ବ୍ରିଜ୍ ଉପରେ ସେଲ୍ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…
ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍ଫି ନେଉଥିଲେ। ଏହି ସମୟରେ ହଠାତ୍…
ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…
ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…
Archives

