‘କ୍ଷେତ୍ର ପରିଦର୍ଶନରେ ଯାଇ ବାସ୍ତବ ସ୍ଥିତି ଅନୁଧ୍ୟାନ କର’

ବାଲେଶ୍ୱର ଅଫିସ, ୧।୧୦-ରାଜ୍ୟ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର ବାଲେଶ୍ୱର ଗସ୍ତରେ ଆସି ବାଲେଶ୍ୱର ଓ ଭଦ୍ରକ ଜିଲାର ସମବାୟ ବିଭାଗର କାର୍ଯ୍ୟାବଳୀ ଏବଂ ୫-ଟି କାର୍ଯ୍ୟାନ୍ବୟନ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପୂର୍ବାହ୍ନରେ ସ୍ଥାନୀୟ ବାଲେଶ୍ୱର -ଭଦ୍ରକ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ଚାଷୀ ଏବଂ ଜନସାଧାରଣଙ୍କ ସହ ସମନ୍ବୟ ରକ୍ଷା କରି ସମବାୟ ବିଭାଗ କାର୍ଯ୍ୟ କରିବାକୁ ଉପସ୍ଥିତ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ସମ୍ପ୍ରତି ୫-ଟି ଉପରେ ଗୁରୁତ୍ୱାରୋପ କରିଥିବା ବେଳେ ତାହାକୁ ନିଷ୍ଠାର ସହ କାର୍ଯ୍ୟକାରୀ କରିବାକୁ ସେ କହିଥିଲେ। ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ କରି ଦଳଗତ ଭାବେ ସମୟସୀମା ମଧ୍ୟରେ ସ୍ବଚ୍ଛତାର ସହ କାର୍ଯ୍ୟ କଲେ ରାଜ୍ୟର ବିକାଶ ତ୍ୱରାନ୍ବିତ ହୋଇପାରିବ ବୋଲି ମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ଏଥିରେ ଅବହେଳା କଲେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ଚେତାବନୀ ଦେଇଥିଲେ। ରାଜ୍ୟ ତଥା ଦେଶର ଅର୍ଥନୈତିକ ପ୍ରଗତି ଏଥିସହ ଜଡ଼ିତ ଥିବାରୁ ଏ ଦିଗରେ ଯୋଜନାବଦ୍ଧ ଭାବେ କାମ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ବ୍ୟାଙ୍କର ସଭାପତି ରଘୁନାଥ ଲେଙ୍କା ଏଥିରେ ଅଧ୍ୟକ୍ଷତା କରିଥିଲେ ା
ଚାଷୀମାନେ ଧାନ ବିକ୍ରି ଟଙ୍କା ଠିକ୍‌ ସମୟରେ ପାଇପାରୁ ନ ଥିବା ଏବଂ ସେବା ସମବାୟ ସମିତିର ୨୦୧୪-୧୫ ପାଖରୁ ମଣ୍ଡି ଶ୍ରମ ପ୍ରାପ୍ୟ ପାଇ ନ ଥିବା ସିଏସଓ ଏବଂ ଏସିଏସ୍‌ଓଙ୍କୁ ଡକାଇ ଏହି ସମସ୍ୟାର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସମବାୟ ବ୍ୟାଙ୍କ ଓ ପ୍ରାଥମିକ ସମବାୟ କୃଷି ସମିତିଗୁଡିକ ଦ୍ୱାରା ଚାଷୀମାନଙ୍କୁ ଦିଆଯାଇଥିବା ଋଣ ଏବଂ ବାଲେଶ୍ୱର, ଭଦ୍ରକ ଜିଲାର ଜନସାଧାରଣ ସମବାୟ ବ୍ୟାଙ୍କରେ ଜମା କରିଥିବା ଟଙ୍କା ଉପରେ ମନ୍ତ୍ରୀ ସମୀକ୍ଷା କରିଥିଲେ। ଋଣ ଖିଲାପକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସମବାୟ ବ୍ୟାଙ୍କ ଓ ସମିତିଗୁଡ଼ିକର ନିୟମିତ ଅଡିଟ୍‌ ସହ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନରେ ଯାଇ ବାସ୍ତବ ସ୍ଥିତି ଅନୁଧ୍ୟାନ କରିବାକୁ ସେ କହିଥିଲେ। ଆଜିର ସମୀକ୍ଷା ପରେ ପୁନର୍ବାର ୪ ମାସ ପରେ ଆଉ ଏକ ସମୀକ୍ଷା ବୈଠକ କରି ଏହାର ଅଗ୍ରଗତି ସମ୍ପର୍କରେ ତଦାରଖ କରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଟ୍ରାକ୍ଟର ଓ ପାୱାର ଟିଲର ସମେତ କୃଷି ଯନ୍ତ୍ରପାତି କିଣିବା ଦିଗରେ ଋଣ ପ୍ରଦାନ, ଖରିଫ ଋତୁରେ ଚାଷୀମାନେ ଯେପରି ଧାନର ଉଚିତ୍‌ ମୂଲ୍ୟ ଠିକ୍‌ ସମୟରେ ପାଇପାରିବେ ସେଦିଗରେ ପଦକ୍ଷେପ ନେବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗ୍ରାମାଞ୍ଚଳରେ ସମବାୟ ସଚେତନତା କାର୍ଯ୍ୟକ୍ରମ, ସାଧାରଣ ସେବା କେନ୍ଦ୍ର, ଚାଷୀମାନଙ୍କ ଆଧାରକାର୍ଡ଼ ଲିଙ୍କ, ଚାଷୀମାନଙ୍କଠାରୁ ଧାନ ସଂଗ୍ରହ ଏବଂ ସେମାନଙ୍କର ପ୍ରାପ୍ୟ ପ୍ରଦାନ ପ୍ରସଙ୍ଗରେ ମନ୍ତ୍ରୀ ସମୀକ୍ଷା କରିଥିଲେ। ସେହିପରି ସମବାୟ ବ୍ୟାଙ୍କ ଓ ସମବାୟ ସମିତିଗୁଡ଼ିକ ନିମନ୍ତେ ଧାର୍ଯ୍ୟ ହୋଇଥିବା ଲକ୍ଷ୍ୟ ଯେପରି ପୂରଣ ହୋଇପାରିବ ତାହା ସୁନିଶ୍ଟିତ କରିବାକୁ ସେ ଅଧିକାରୀମାନଙ୍କୁ କହିଥିଲେ। ସମବାୟ ସମିତିଗୁଡ଼ିକରେ ଖାଲିପଡ଼ିଥିବା ପଦବୀ ଏବଂ କମ୍ପ୍ୟୁଟରୀକରଣ ଉପରେ ସେ ଅଧିକାରୀମାନଙ୍କଠାରୁ ତଥ୍ୟ ହାସଲ କରିଥିଲେ। ବୈଠକରେ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ଡିଆରସିଏସ ଦାୟିତ୍ୱରେ ଥିବା ବ୍ୟାଙ୍କ ଉପସଭାପତି ଅନୀତା ଭୂୟାଁ, ନିର୍ଦ୍ଦେଶକ ଅଜୟ ସାମଲ, ମାନସ ଜେନା, ଗିରୀଶ ଦାସ, ଭାଗବତ ଖିଲାର, ରମେଶ ଭାରତୀ, ନିର୍ମଳ ମଣ୍ଡଳ, ଅସ୍ମିତା ମହାପାତ୍ରଙ୍କ ସମେତ ସେବା ସମବାୟ ସମିତିରୁ ୩ଜଣ ସଭାପତି ଓ ୩ଜଣ ସମ୍ପାଦକ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏଆରସିଏସ, ଅଡିଟର ଓ ବିଭାଗୀୟ ଅଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri