କ୍ୟାଣ୍ଟିନ ପରିଚାଳକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି: ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ଫାଟକରେ ତାଲା ପକାଇଲେ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ, ୭।୮- ବ୍ରହ୍ମପୁର ଉପକଣ୍ଠ ଚଣ୍ଡିପଦରସ୍ଥିତ ପାରଳା ମହାରାଜା ଇଂଜିନିୟରିଂ କଲେଜ ଛାତ୍ରାବାସ-୧ରେ ମଙ୍ଗଳବାର ଗ୍ୟାସ୍‌ ପାଇପ୍‌୍‌ ଫାଟି ୩ ଛାତ୍ର ଆହତ ହେବା ଘଟଣାକୁ ନେଇ ବୁଧବାର ଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବୁଧବାର ସକାଳୁ ଛାତ୍ରମାନେ କଲେଜ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି। ମଙ୍ଗଳବାର ଘଟିଥିବା ଘଟଣାରେ ଆହତ ଛାତ୍ରଙ୍କୁ କ୍ଷତିପୂରଣ ପ୍ରଦାନ କରିବା ସହ କ୍ୟାଣ୍ଟିନ୍ନ ପରିଚାଳକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଦାବି କରିଛନ୍ତି। ଏଥିସହ ହଷ୍ଟେଲରେ ଅନୁପସ୍ଥିତ ସମୟର ନିଆଯାଉଥିବା ମେସ ବିଲ ହ୍ରାସ କରିବା, କଲେଜରେ ମେଡିକାଲ ଓ ଆମ୍ବୁଲାନ୍ସ ସୁବିଧା କରିବା, ହଷ୍ଟେଲରେ ଅଗ୍ନି ନିର୍ବାପକ ଯନ୍ତ୍ର ସହ ଛାତ୍ରଙ୍କ ସୁରକ୍ଷା ନିମିତ୍ତ ସମସ୍ତ ପଦକ୍ଷେପ ଗ୍ରହଣ କରିବା, ହଷ୍ଟେଲରେ ଭଲ ଖାଦ୍ୟ ପ୍ରଦାନ କରାଯିବା ଭଳି ଦାବି ନେଇ ଛାତ୍ରମାନେ ଆନ୍ଦୋଳନ କରିଛନ୍ତି ।

ସୂଚନା ଯୋଗ୍ୟ, ମଙ୍ଗଳବାର ସକାଳେ ଛାତ୍ରାବାସ ୧ରେ ଜଳଖିଆ ରୋଷେଇ ବେଳେ ରନ୍ଧନ ଗ୍ୟାସ ପାଇପ ଫାଟି ମୁକେଶ ପଣ୍ଡା, ରାକେଶ ରାଉତ, ଅଶ୍ୱିନୀ ନାୟକ ପ୍ରମୁଖ ୩ ଛାତ୍ର ଓ ରୋଷେୟା ଆହତ ହୋଇଥିଲେ। ପୂର୍ବରୁ ବହୁବାର ହଷ୍ଟେଲର ରୋଷେଇଘର ଗ୍ୟାସ ପାଇପକୁ ବଦଳାଇବାକୁ କତ୍ତୃପକ୍ଷଙ୍କୁ ଛାତ୍ରମାନେ କହିଥିଲେ ମଧ୍ୟ କତ୍ତୃପକ୍ଷ ଧ୍ୟାନ ଦେଇ ନ ଥିବାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଥିଲା। ଏହା ବ୍ୟତୀତ କଲେଜ ପରସରରେ ଆସୁ ଚିକିତ୍ସା ବ୍ୟବସ୍ତା ଓ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ ଥିବାକୁ ନେଇ ମଧ୍ୟ ଛାତ୍ରଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri