କ୍ୟାନ୍‌ସରରେ ପୀଡ଼ିତ ଯୁବକଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ରେ ଲେଖିଲେ ‘ପରିବାରକୁ କଷ୍ଟ ଦେବାକୁ ଚାହେଁନା’

କେନ୍ଦୁଝର,୯।୧୦(ସ୍ବ.ପ୍ର.): କେନ୍ଦୁଝର ସହର ଢାଙ୍ଗରପଡ଼ା ସାହିରେ ଭଡା ଘର କରି ରହୁଥିବା ଜଣେ ଯୁବକ ମଙ୍ଗଳବାର ରାତିରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ମୟୂରଭଞ୍ଜ ଜିଲା କାଶିଆ ଗ୍ରାମର ମନୋଜ ମହାନ୍ତ। ସେ ଅବିବାହିତ ଥିବା ବେଳେ ଯକୃତ କ୍ୟାନ୍‌ସର ପୀଡ଼ିତ ଥିବା ଯୋଗୁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତାଙ୍କ ନିକଟରୁ ଏକ ସୁଇସାଇଡ୍‌ ନୋଟ ଜବତ କରାଯାଇଛି।

ସୁଇସାଇଡ୍‌ ନୋଟ୍‌ରେ ଉଲ୍ଲେଖ ରହିଥିବା ତଥ୍ୟ ଅନୁଯାୟୀ, ସେ ଲିଭର(ଯକୃତ) କ୍ୟାନ୍‌ସରରେ ପୀଡ଼ିତ। ଚିକିତ୍ସା ପାଇଁ ବହୁ ଅର୍ଥ ଖର୍ଚ୍ଚ ହେବ। ଘର ତଥା ପରିବାରଲୋକଙ୍କୁ ହଇରାଣ ହେବାକୁ ପଡ଼ିପାରେ। ନିଜକୁ କଷ୍ଟ ମଧ୍ୟ ହେବ। ଏଣୁ ଆତ୍ମହତ୍ୟା କରୁଛିି। ମୃତ୍ୟୁ ପାଇଁ ସେ ନିଜେ ଦାୟୀ ବୋଲି ଲେଖିଛନ୍ତି। ଏନେଇ ତାଙ୍କ ଦାଦା ସହଦେବ ମହାନ୍ତଙ୍କ ଏତଲା କ୍ରମେ ଟାଉନ ଥାନା ପୋଲିସ ଘଟଣାର ତଦନ୍ତ କରୁଛି।

ମନୋଜ ଶୁଆକାଠିସ୍ଥିତ ଏକ ଖଣିରେ ଠିକାକାମ କରୁଥିଲେ। ଖଣିରେ କାମ କରୁଥିବାରୁ ଏଭଳି ରୋଗ ହୋଇଥାଇପାରେ ବୋଲି ସେ ସୁଇସାଇଡ୍‌ ନୋଟ୍‌ରେ ଉଲ୍ଲେଖ କରିଛନ୍ତି। ଏହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଉକ୍ତ ଖଣିରେ ବହୁ କର୍ମଚାରୀ ଓ ଶ୍ରମିକ କାମ କରୁଥିବାରୁ ଏଭଳି ପ୍ରଦୂଷଣ ଜନିତ ରୋଗ ବ୍ୟାପିବା ଆଶଙ୍କା କରି ସେମାନେ ଚିନ୍ତିତ ହୋଇପଡିଛନ୍ତି। ଜିଲା ପ୍ରଶାସନ ଓ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏ ନେଇ ତୁରନ୍ତ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri