କ୍ୟାନ୍‌ସରର ପୂର୍ବାନୁମାନ କରିହେବ

ଚିକିତ୍ସା ବିଜ୍ଞାନରେ ଚିନ୍ତାର କାରଣ ସାଜିଥିବା ଅନ୍ୟତମ ପ୍ରମୁଖ ରୋଗ ହେଲା କ୍ୟାନ୍‌ସର ବା କର୍କଟ ରୋଗ। ଏବେ କେତେକ କ୍ୟାନ୍‌ସର ରୋଗୀ ପ୍ରାରମ୍ଭିକ ଅବସ୍ଥାରେ ଯଦି ଠିକ୍‌ ଚିକିତ୍ସା କରାଇ ନିଅନ୍ତି ତେବେ ଏଥିରୁ ଆରୋଗ୍ୟ ଲାଭ କରିବାର ଯଥେଷ୍ଟ ସମ୍ଭାବନା ରହିଛି। ହେଲେ ତାହା ଗୁରୁତର ଅବସ୍ଥାକୁ ଚାଲିଗଲେ ତାହାର ଚିକିତ୍ସା କଷ୍ଟକର। ଅନେକ କ୍ଷେତ୍ରରେ ଏହା ପ୍ରାଣନାଶକ ସାବ୍ୟସ୍ତ ହୋଇଥାଏ। ନିକଟରେ କ୍ୟାନ୍‌ସର ସମ୍ପର୍କିତ ଏକ ରୋଚକ ତଥ୍ୟ ଲୋକଲୋଚନକୁ ଆସିଛି। ଜଣେ ବ୍ୟକ୍ତି କ୍ୟାନ୍‌ସର ଦ୍ୱାରା ଆକ୍ରାନ୍ତ ହେବେ କି ନାହିଁ ତାହା ପାଖାପାଖି ୧୦ ବର୍ଷ ପୂର୍ବରୁ ଜାଣିହେବ। ଏଭଳି ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି ହାଓ୍ବାର୍ଡ ବିଶ୍ୱବିଦ୍ୟାଳୟର କ୍ୟାନ୍‌ସର ବିଜ୍ଞାନୀମାନେ। ଏପରି ବିଷୟବସ୍ତୁ ଉପରେ ହୋଇଥିବା ଗବେଷଣା ସମୟରେ ସେମାନେ କ୍ରୋମୋଜୋମ୍‌ରେ ଥିବା ଟେଲମିଅର ନାମକ ତତ୍ତ୍ୱକୁ ତନ୍ନ ତନ୍ନ କରି ପରୀକ୍ଷା କରିଥିଲେ। ‘ଏହି ତତ୍ତ୍ୱ ସନ୍ତୁଳିତ ରହିଲେ କ୍ୟାନ୍‌ସର ଆଶଙ୍କା କମ୍‌ ଥାଏ। ଯଦି ଏହାର ଆକାର ଧୀରେ ଧୀରେ କମିବାକୁ ଲାଗିଲା ତେବେ ଜଣେ ବ୍ୟକ୍ତି କ୍ୟାନ୍‌ସର ଆକ୍ରାନ୍ତ ହେବାର ଅଧିକ ଆଶଙ୍କା ରହିଛି ବୋଲି ଏହି ଗବେଷଣାର ମୁଖ୍ୟ ଡା. ଲା’ ଲିଫେଙ୍ଗ ହୋଉ ପ୍ରକାଶିତ ରିପୋର୍ଟରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି...

ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ...

ଇଲେକ୍ଟ୍ରିକ୍‌ ସମାଗ୍ରୀ ଚକ୍‌ଚକ୍‌ କରିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ଇଲେକ୍ଟ୍ରି ସାମଗ୍ରୀ ସଫା କରିବା ସମୟରେ କେତେକ ବିଷୟ ପ୍ରତି ସ୍ବତନ୍ତ୍ର ଭାବରେ ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହି ସମୟରେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି…...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri