କ୍ୟାନ୍‌ସର ପୀଡ଼ିତଙ୍କ ପାଇଁ ସଞ୍ଚିତ ରାଶି ଦାନ କଲେ ଆୟୁଷ୍ମାନ

ବରଗଡ ଅଫିସ,୭।୬- ବରଗଡ଼ ସହରର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଆୟୁଷ୍ମାନ ଦର୍ଜୀ ରବିବାର ନିଜ ସଞ୍ଚିତ ରାଶିକୁ କ୍ୟାନ୍‌ସର ପୀଡିତଙ୍କ ପାଇଁ ନିଜ ସଞ୍ଚିତ ରାଶି ବରଗଡ଼ର ଫାଇଟର୍ସ ଗୃପକୁ ଦାନ କରି ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି। ସ୍ଥାନୀୟ ମିନି ଷ୍ଟାଡିୟମ ପଛପାଖରେ ରହୁଥିବା ଅନୁପ କୁମାର ଦର୍ଜୀଙ୍କ ପୁଅ ଆୟୁଷ୍ମାନ ବିକାଶ ରେସିଡେନ୍ସିଂଆଲ ସ୍କୁଲର ଛାତ୍ର ହୋଇଥିବା ବେଳେ ପିଲାଦିନରୁ ତାଙ୍କ ଏଭଳି ମହତ୍‌ ଉଦ୍ଦେଶ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।

ଆୟୁଷ୍ମାନ କହିଛନ୍ତି, କ୍ୟାନ୍‌ସର ଯୋଗୁ ତାଙ୍କ ଅଜାଙ୍କ ମୃତ୍ୟୁ ଘଟିଥିବା ବେଳେ ବଡବାପା ଅଶ୍ବିନୀ କୁମାର ଦର୍ଜୀ ମଧ୍ୟ କ୍ୟାନସର ରୋଗରେ ପୀଡିତ ଅଛନ୍ତି। ଏହି ଦୁଇଜଣ ଯାକ ତାଙ୍କୁ ବହୁତ ଭଲ ପାଆନ୍ତି। ତେବେ ଟଙ୍କା ଅଭାବ ଯୋଗୁ ଆବଶ୍ୟକ ଚିକିତ୍ସାରୁ ବଞ୍ଚିତ ହୋଇ କ୍ୟାନ୍‌ସର ରୋଗୀଙ୍କ ମୃତ୍ୟୁ ହେଉଛି। ଏହାକୁ ନେଇ ସେ ନିଜ ସଞ୍ଚିତ ରାଶିକୁ କ୍ୟାନ୍‌ସର ପୀଡ଼ିତ ରୋଗୀଙ୍କୁ ଦାନ କରିବା ପାଇଁ ଇଚ୍ଛା ପ୍ରକାଶ କରିଥିବା କହିଛନ୍ତି। ଫାଇଟର୍ସ ଗୃପ ମାଧ୍ୟମରେ କ୍ୟାନ୍‌ସର ରୋଗୀଙ୍କୁ ପ୍ରତିବର୍ଷ ଏଭଳି ଦାନ କରିବେ ବୋଲି ସେ ସୁଚନା ଦେଇଛନ୍ତି। ସଞ୍ଚିତ ରାଶି ଦାନ କଲାବେଳେ ଆୟୁଷ୍ମାନଙ୍କ ସହିତ ତାଙ୍କ ଭଉଣୀ ଅଦ୍ବେତା ଏବଂ ବାପା ଅନୁପ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧୁବନ ଗ୍ରାମପଂଚାୟତର ସୁକୁଡୁବାଜୁ ନିକଟରେ ଧସିଲା ପାହାଡ଼, ରାସ୍ତା ଜାମ୍

ଗୁଡାରି,୨୪।୯(ପ୍ରମୋଦ କୁମାର ପତି): ଲଗାଣ ବର୍ଷାରେ ଗୁରୁବାର ଅପରାହ୍ନରେ ଗୁଡାରି ବ୍ଲକର ମଧୁବନ ଗ୍ରାମପଂଚାୟତ ଅନ୍ତର୍ଗତ ସୁକୁଡୁବାଜୁ ନିକଟରେ ପାହାଡ଼ରୁ ବଡ଼ ପଥର ଖସି ରାସ୍ତା ମଝିରେ…

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଚାଷଜମିରେ ଦା’ ରେ ହାଣି ହତ୍ୟା ଉଦ୍ୟମ ଘଟଣା, ଜେଲ ଗଲେ ଅଭିଯୁକ୍ତ  

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ପ୍ରକାଶ ବେହେରାଙ୍କୁ ତାଙ୍କ ଗ୍ରାମର ଏସ. ବଳରାମ ରେଡ୍ଡୀ ଓରଫ ବଳିଆ ଦା’ ରେ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍

କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…

ଧରିତ୍ରୀ ପ୍ରଭାବ; ସାନ୍ତାଳୀ ଗାଁ ପାଣିଖିଆରେ ପାଣି ପଶିବା ଘଟଣା, ଶୁଖିଲା ଖାଦ୍ୟ ବାଣ୍ଟିଲା ପ୍ରଶାସନ

ମହାକାଳପଡ଼ା,୨୪।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ସାନ୍ତାଳୀ ଗାଁ ପାଣି ଖିଆରେ ସମୁଦ୍ର ପାଣି ମାଡ଼ି ଆସିଛି । ଲଘୁଚାପ ପ୍ରଭାବରେ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?