କ୍ୟାପିଟାଲ ହସ୍ପିଟାଲ ଫେରାଇଦେଲା, ଫୁଟ୍‌ପାଥରେ ସନ୍ତାନ ପ୍ରସବ କଲେ ମହିଳା

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ଫୁଟ୍‌ପାଥରେ ପ୍ରସବ କରିଛନ୍ତି ଜଣେ ମହିଳା। ଲେବର ରୁମ୍‌ରୁ ଫେରାଇ ଦେବାରୁ ଅସହ୍ୟ ଯନ୍ତ୍ରଣା ଭୋଗୁଥିବା ଗର୍ଭବତୀ ଜଣକ ହସ୍ପିଟାଲ ଫୁଟ୍‌ପାଥରେ ସନ୍ତାନ ପ୍ରସବ କରିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ରାତି ପ୍ରାୟ ୮ଟାରେ ସାଲିଆସାହିରେ ରହୁଥିବା ପାନା ମୁର୍ମୁଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ପରିବାର ଲୋକେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ଆଣିଥିଲେ । ଏମ୍‌ସିଏଚ୍‌ରେ ଥିବା ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗରେ ଦେଖାଇବା ପରେ ଲେବର ରୁମ୍‌କୁ ଯାଇଥିଲେ। କିନ୍ତୁ ଅବସ୍ଥା ଜଟିଳ ଅଛି, ତୁରନ୍ତ କଟକ ଯିବାକୁ ଡାକ୍ତରଖାନା ପକ୍ଷରୁ କୁହାଯାଇଥିଲା। ପାନାଙ୍କ ଯନ୍ତ୍ରଣା ଦେଖି ପରିବାର ଲୋକେ ପ୍ରସବ କରାଇବାକୁ ଡାକ୍ତରଙ୍କୁ ନେହୁରା ହୋଇଥିଲେ। ମାତ୍ର ଡାକ୍ତରଖାନା କର୍ମଚାରୀମାନେ ପାନାଙ୍କ ପ୍ରତି ସାମାନ୍ୟ ଦୃଷ୍ଟି ମଧ୍ୟ ଦେଇ ନ ଥିଲେ। ପାଖରେ ଅର୍ଥ ନ ଥିବାରୁ ପରିବାର ଲୋକେ ତାଙ୍କୁ ଅନ୍ୟତ୍ର ନେଇପାରି ନ ଥିଲେ। ତେଣୁ ପାନା ଗର୍ଭ ଯନ୍ତ୍ରଣାରେ ଫୁଟ୍‌ପାଥରେ ବସି ପଡ଼ିଥିଲେ। ଆଶ୍ଚର୍ଯ୍ୟର କଥା, କିଛି ସମୟ ଭିତରେ ଫୁଟ୍‌ପାଥରେ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ଆଖପାଖରେ ଥିବା ଲୋକେ ଏହା ଦେଖିବା ପରେ ହସ୍ପିଟାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri