Posted inଜାତୀୟ

କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଘରୋଇ କମ୍ପାନୀ ନିଯୁକ୍ତିରେ ୭୫% ସଂରକ୍ଷଣ

ବେଙ୍ଗାଲୁରୁ,୧୭ା୭:କର୍ନାଟକରେ ଘରୋଇ କମ୍ପାନୀ ଚାକିରିରେ ସ୍ଥାନୀୟ ଯୁବତୀଯୁବକମାନଙ୍କୁ ସଂରକ୍ଷଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ମ୍ୟାନେଜ୍‌ମେଣ୍ଟ ଚାକିରିରେ ସ୍ଥାନୀୟ ପ୍ରାର୍ଥୀମାନଙ୍କ ପାଇଁ ୫୦ ପ୍ରତିଶତ ଏବଂ ଅଣପରିଚାଳନାଗତ ନିଯୁକ୍ତିରେ ୭୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ଘରୋଇ ସଂସ୍ଥାର ଗ୍ରୁପ୍‌ ସି ଏବଂ ଗ୍ରୁପ୍‌ ଡି ପଦବୀଗୁଡ଼ିକରେ ସ୍ଥାନୀୟ ପ୍ରାର୍ଥୀମାନଙ୍କ ନିମନ୍ତେ ୧୦୦ ପ୍ରତିଶତ ସଂରକ୍ଷଣ ରଖାଯିବ ବୋଲି ଖବର ପ୍ରକାଶ ପାଇଥିଲା। ସୋମବାର ରାଜ୍ୟ କ୍ୟାବିନେଟରେ ଏହି ନିଷ୍ପତ୍ତି ନିଆଯାଇଥିବା ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ଘୋଷଣା କରିଥିଲେ। ତେବେ ଏହାକୁ ନେଇ ବିବାଦ ଦେଖାଦେବା ପରେ ସେ ସୋସିଆଲ ମିଡିଆରୁ ଉକ୍ତ ପୋଷ୍ଟକୁ ହଟାଇଦେଇଛନ୍ତି।
କର୍ନାଟକର ସମସ୍ତ ଘରୋଇ ଶିଳ୍ପସଂସ୍ଥାରେ ଥିବା ଗ୍ରୁପ୍‌ ସି ଏବଂ ଡି ପଦବୀଗୁଡ଼ିକରେ ୧୦୦ ପ୍ରତିଶତ କାନାଡିଗାଙ୍କୁ ନିଯୁକ୍ତି ଦେବା ବାଧ୍ୟତାମୂଳକ। ରାଜ୍ୟ କ୍ୟାବିନେଟ୍‌ ଉକ୍ତ ପ୍ରସ୍ତାବକୁ ଅନୁମୋଦନ କରିଛି। କାନାଡିଗାମାନଙ୍କ କଲ୍ୟାଣ ଦେଖିବା ଆମ ସରକାରଙ୍କର ପ୍ରାଥମିକତା ବୋଲି ସିଦ୍ଦାରାମାୟା ଏକ୍ସ’ରେ ପୋଷ୍ଟ କରିଥିଲେ। ପରେ ସେ ଏହାକୁ ଡିଲିଟ୍‌ କରିଦେଇଛନ୍ତି। ଶିଳ୍ପସଂସ୍ଥା ଏବଂ ବିଶେଷଜ୍ଞମାନଙ୍କ ସମାଲୋଚନା ପରେ ମୁଖ୍ୟମନ୍ତ୍ରୀ ଏକ ସଂଶୋଧିତ ବାର୍ତ୍ତା ପୋଷ୍ଟ କରିଛନ୍ତି। ଏଥିରେ ଲେଖାଯାଇଛି, ରାଜ୍ୟର ଘରୋଇ ଶିଳ୍ପ ଓ ଅନ୍ୟାନ୍ୟ ସଂସ୍ଥାର ପ୍ରଶାସନିକ ପଦବୀରେ ନିଯୁକ୍ତି ଲାଗି ୫୦% ଏବଂ ଅଣପ୍ରଶାସନିକ ପଦବୀରେ ନିଯୁକ୍ତି ନିମନ୍ତେ ୭୫ ପ୍ରତିଶତ ସ୍ଥାନ ସଂରକ୍ଷଣ ବିଲ୍‌କୁ ସୋମବାର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri