Posted inଜାତୀୟ

କ୍ୟାବିନେଟ ପାଇଁ କସରତ: ଶିବସେନା ୧୫, ଏନ୍‌ସିପି ୧୫, କଂଗ୍ରେସ ଭାଗରେ ୧୩ ମନ୍ତ୍ରୀପଦ

ମୁମ୍ବାଇ,୨୮ା୧୧(ପି.ଟି.): ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବାବେଳେ ବୁଧବାର ମହାରାଷ୍ଟ୍ର ବିକାଶ ଅଘାଡ଼ି (ଏମ୍‌ଭିଏ) ପକ୍ଷରୁ କ୍ୟାବିନେଟର ରୂପରେଖ ସ୍ଥିର କରାଯାଇଛି। ମନ୍ତ୍ରିମଣ୍ଡଳରେ ୪୩ ସଦସ୍ୟ ରହିବେ। ଶିବସେନା ଓ ଏନ୍‌ସିପିର ୧୫ ଜଣ ଲେଖାଏ ବିଧାୟକ ଏଥିରେ ସ୍ଥାନ ପାଇବେ। ଏନ୍‌ସିପିକୁ ଉପମୁଖ୍ୟମନ୍ତ୍ରୀ ଓ କଂଗ୍ରେସକୁ ୧୩ ମନ୍ତ୍ରୀପଦ ସହ ବାଚସ୍ପତି ପଦବୀ ମିଳିବ ବୋଲି କୁହାଯାଉଛି। ମିଳିଥିବା ସୂଚନାନୁସାରେ ଦକ୍ଷିଣ ମୁମ୍ବାଇର ଓ୍ବାଇ.ବି. ଚଭନ ସେଣ୍ଟରରେ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟର ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଉଦ୍ଧବ ଓ ତାଙ୍କ ଦଳର କେତେଜଣ ନେତାଙ୍କ ସହ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର, କଂଗ୍ରେସ ନେତା ଅହମଦ ପଟେଲ ପ୍ରମୁଖ ଉପସ୍ଥିିତ ଥିଲେ। ଶିବସେନା ପାଖରେ ପୂରା ୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ପଦ ରହିବ ବୋଲି ସହମତି ପ୍ରକାଶ ପାଇଛି। ଉପମୁଖ୍ୟମନ୍ତ୍ରୀ ପଦ ଏନ୍‌ସିପି ଭାଗରେ ପଡ଼ିଛି। ଏହି ପଦ ପାଇଁ ବିଧାୟକ ଦଳ ନେତା ଜୟନ୍ତ ପାଟିଲ ପ୍ରମୁଖ ଆଶାୟୀ ଥିବାବେଳେ ଘରବାହୁଡ଼ା କରି କାକା ଶରଦ ପାଓ୍ବାରଙ୍କ ବୋଲ ମାନିଥିବା ଅଜିତ ମଧ୍ୟ ଲବି କରୁଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ କଂଗ୍ରେସକୁ ବାଚସ୍ପତି ପଦ ଦିଆଯିବ ଓ ଏଥିପାଇଁ ଆସନ୍ତା ୩୦ରେ ନିର୍ବାଚନ ହେବ ବୋଲି ସ୍ଥିର ହୋଇଛି। ଏହି ଦୌଡ଼ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ପୃଥ୍ବୀରାଜ ଚଭନ ରହିଛନ୍ତି। ବିଧାନସଭାରେ ବିଧାୟକଙ୍କ ସଂଖ୍ୟା ୨୮୮ ହୋଇଥିବାରୁ ମନ୍ତ୍ରିମଣ୍ଡଳର ସଦସ୍ୟ ସଂଖ୍ୟା ଏହାର ୧୫%ରୁ ଅଧିକ ହେବ ନାହିଁ। ତେଣୁ ମନ୍ତ୍ରୀଙ୍କ ସଂଖ୍ୟା ୪୩ରେ ସୀମିତ ରଖାଯାଇଛି।
ସେପଟେ ଉଦ୍ଧବଙ୍କ ଶପଥଗ୍ରହଣ ଉତ୍ସବକୁ ନିମନ୍ତ୍ରଣ କରିବା ପାଇଁ ପୁଅ ଆଦିତ୍ୟ ଠାକ୍‌ରେ ନୂଆଦିଲ୍ଲୀ ଯାଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଭେଟିଛନ୍ତି। ଉଦ୍ଧବ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ନେତାଙ୍କୁ ନିମନ୍ତ୍ରଣ କରିଛନ୍ତି। ଶପଥଗ୍ରହଣ ପାଇଁ ଶିବାଜୀ ପାର୍କରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଭିଡ଼କୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଅଞ୍ଚଳରେ ଅପରାହ୍ନ ୩ଟାରୁ ରାତି ୯ଟା ପର୍ଯ୍ୟନ୍ତ ଟ୍ରାଫିକ୍‌ କଟକଣା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri