Posted inରାଜ୍ୟ

କ୍ୟାବିନେଟ ବୈଠକରେ ୨୨ଟି ପ୍ରସ୍ତାବକୁ ଅନୁମୋଦନ: ସବିଶେଷ ଜାଣନ୍ତୁ…

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସମୁଦାୟ ୨୨ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଛି। ଏ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ପ୍ରେସ୍‌ମିଟ୍‌ ମାଧ୍ୟମରେ ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ପର୍ଯ୍ୟଟନ ପ୍ରକଳ୍ପ, ହୋଟେଲ, ରେଷ୍ଟୁରାଣ୍ଟ ଲାଗି ଇଡ୍‌କୋ ଜମି ଯୋଗାଇ ଦେବ। ଅଣ୍ଡର ଗ୍ରାଜୁଏଟ୍‌ କୋର୍ସକୁ ପ୍ରଫେସନାଲ କୋର୍ସର ମାନ୍ୟତା ମିଳିବ । ଆସ୍କା ସୁଗାର କୋପରେଟିଭ ସୋସାଇଟିକୁ ୧୫ କୋଟିର ସହାୟତା ଦିଆଯିବ। ଶକ୍ତି ଭିଭାଗ ଅଧିନକୁ ଓରେଡ଼ା ଆସିବ। ଏଥିସହ ସୋସାଇଟି ଆକ୍ଟରେ ପରିବର୍ତ୍ତନ କରାଯିବ। ସବୁ ସୋସାଇଟି ୫ ବର୍ଷରେ ପୁନଃ ପଞ୍ଜୀକରଣ କରିବେ। ସୋସାଇଟିରେ ବିବାଦ ସମାଧାନ ପାଇଁ ସ୍ବତନ୍ତ୍ର କର୍ତ୍ତୃପକ୍ଷ ନିଯୁକ୍ତ ହେବେ। ଇ-ମାର୍କେଟ ଜରିଆରେ ନିଜ ଉତ୍ପାଦକୁ ଚାଷୀ ବିକିପାରିବେ । ସେହିପରି ପେଟ୍ରୋଲ ଓ ଡିଜେଲ ଉପରେ ଭାଟ୍‌ ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ ମିଳିଛି। କେନ୍ଦ୍ରୀୟ ଓ ନବୋଦୟ ବିଦ୍ୟାଳୟକୁ ୧ ଟଙ୍କା ଭଡ଼ାରେ ଜମି ଦିଆଯିବ। ଗ୍ରାମାଞ୍ଚଳ ଲୋକଙ୍କ ଆର୍ଥିକ ଅବସ୍ଥାରେ ଉନ୍ନତି ଲାଗି ମଧ୍ୟ ପ୍ରସ୍ତାବ ଗୃହିତ ହୋଇଛି। ବାଲେଶ୍ୱରର ଏନ୍‌ଡିଆର୍‌ଏଫ୍‌ର ଏକ ୟୁନିଟ ପ୍ରତିଷ୍ଠା ହେବ। ଏହାଛଡ଼ା ମାଳତୀ ଦେବୀ ପ୍ରାକ୍‌ ବିଦ୍ୟାଳୟ କାର୍ଯ୍ୟକ୍ରମରେ ପିଲାଙ୍କୁ ସହାୟତା ଦିଆଯିବ। ପିଲାଙ୍କୁ ମାଗଣାରେ ଜୋତା ଓ ସ୍ବେଟର ଯୋଗାଯିବ। କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri