Posted inଜାତୀୟ

କ୍ୟାବିନେଟ ବୈଠକ: ପ୍ରଧାନମନ୍ତ୍ରୀ ଛାତ୍ରବୃତ୍ତି ଯୋଜନାରେ କରାଗଲା ବଡ ଧରଣର ପରିବର୍ତ୍ତନ

ନୂଆଦିଲ୍ଲୀ,୩୧।୫ : ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଶୁକ୍ରବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିଛି। ଏଥିରେ ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ବିଭିନ୍ନ ବିଭାଗର ଦାୟିତ୍ୱରେ ଥିବା ମନ୍ତ୍ରୀମାନେ ଯୋଗ ଦେଇଛନ୍ତି। ଏହି ବୈଠକରେ ଜାତୀୟ ପ୍ରତିରକ୍ଷା ପାଣ୍ଠି ଅଧିନରେ ଦିଆଯାଉଥିବା ପ୍ରଧାନମନ୍ତ୍ରୀ ଛାତ୍ରବୃତ୍ତି ଯୋଜନାରେ ଆତଙ୍କବାଦୀ ଓ ମାଓବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବେଳେ ଶହୀଦ ହେଉଥିବା ରାଜ୍ୟ ପୋଲିସର କର୍ମଚାରୀଙ୍କ ପିଲାମାନଙ୍କୁ ସାମିଲ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏହା ସହିତ ବାଳକମାନଙ୍କ ପାଇଁ ଏହି ବୃତ୍ତି ପରିମାଣ ମାସିକ ୨୦୦୦ରୁ ୨୫୦୦ ଟଙ୍କା ଓ ବାଳିକାମାନଙ୍କ ପାଇଁ ମାସିକ ୨୨୫୦ରୁ ୩୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ବୈଠକରେ କେତେକ ବଡ ନିଷ୍ପତ୍ତି ଘୋଷଣା କରାଯିବାର ସମ୍ଭାବନା ରହିଛି । ୨୦୧୪ରେ ନିଜର ପ୍ରଥମ ମନ୍ତ୍ରୀମଣ୍ଡଳ ବୈଠକରେ ମୋଦି ସରକାର କଳାଧନ ବିରୋଧରେ ଏସ୍‌ଆଇଟି ଗଠନ ଲାଗି ନିଷ୍ପତ୍ତି ନେଇଥିଲେ । ଆଜିର ବୈଠକରେ ୧୭ଶ ଲୋକସଭାର ପ୍ରଥମ ବୈଠକର ତାରିଖ ସଂପର୍କରେ ନିଷ୍ପତ୍ତି ହୋଇପାରେ । ଏହା ସହିତ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି ଗଠନ ହେବ । ବିଶେଷ ସୁତ୍ରରୁ ଜଣାପଡିଛି ଯେ ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ମନ୍ତ୍ରାଳୟର ମନ୍ତ୍ରୀମାନଙ୍କୁ ଆଗାମୀ ୧୦୦ ଦିନର ଯୋଜନା ଓ ରୂପରେଖ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇପାରନ୍ତି । ସେହିପରି ଆଉ କେତେକ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନିଆଯାଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଭଗବାନ ଆମ ସହ…’, ବିଧାନସଭାରେ ଏମିତି କାହିଁକି କହିଲେ ତାମିଲନାଡୁ CM ବିଜୟ, ହେଲାଣି ଚର୍ଚ୍ଚା

ଚେନ୍ନାଇ,୮।୯: ତାମିଲନାଡୁର ସରକାରୀ ମଦ ବିକ୍ରି କମ୍ପାନୀ ‘ଟାସ୍ମାକ’ (TASMAC)ରେ କଥିତ ଦୁର୍ନୀତିକୁ ନେଇ ପୂର୍ବତନ DMK ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ।…

୩ ରାଶି ଉପରେ ଶନିଙ୍କ ସାଢେସାତୀର ଛାୟା, ଜାଣନ୍ତୁ କେବେ ଶେଷ ହେବ ଦୁର୍ଦ୍ଦଶା

ବୈଦିକ ଜ୍ୟୋତିଷ ଅନୁସାରେ ଶନି ଗ୍ରହଙ୍କ ଗୋଚରର ବ୍ୟକ୍ତିଙ୍କ ଜୀବନ ଉପରେ ବିଶେଷ ପ୍ରଭାବ ରହିଥାଏ। ଜନ୍ମକୁଣ୍ଡଳୀର ଚନ୍ଦ୍ର ରାଶିଠାରୁ ଶନି ଦ୍ୱାଦଶ, ପ୍ରଥମ ଓ ଦ୍ୱିତୀୟ…

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri