Posted inଖେଳ

କ୍ୟାରିୟର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌ର ଭାରତୀୟ ପୁରୁଷ ଟିଟି ଦଳ

ନୂଆଦିଲ୍ଲୀ,୪।୧୨ (ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ (ଆଇଟିଟିଏଫ୍‌) ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ପୁରୁଷ ଦଳ କ୍ୟାରିୟର ଶ୍ରେଷ୍ଠ ସ୍ଥାନ ଅଧିକାର କରିଛି। ଅଷ୍ଟମସ୍ଥାନକୁ ଉଠି ଭାରତ ଏହି ସଫଳତା ପାଇଛି। ବିଶ୍ୱର ୩୦ ନମ୍ବର ଖେଳାଳି ଜି. ସାଥିୟାଁ ଓ ୩୬ ନମ୍ବର ଖେଳାଳି ଶରଥ କମଲଙ୍କୁ ନେଇ ଠିତ ଭାରତୀୟ ଦଳ ୨୮୦ ପଏଣ୍ଟ ପାଇଛି। ଅଷ୍ଟ୍ରେଲିଆ ମଧ୍ୟ ୨୮୦ ପଏଣ୍ଟ ପାଇଛି। ତେବେ ଭାରତ ଗୋଟିଏ ସ୍ଥାନ ଆଗରେ ରହି ଅଷ୍ଟମ ସ୍ଥାନ ଅଧିକାର କରିଛି। ଗତ ସପ୍ତାହରେ ଅନୁଷ୍ଠିତ ସାଥିୟାଁ ଆଇଟିଟିଏଫ ବିଶ୍ୱକପ୍‌ର ପ୍ରି- କ୍ୱାର୍ଟରଫାଇନାଲରେ ପ୍ରବେଶ କରିଥିଲେ। ଫ୍ରାନ୍ସର ସିମନ ମାଉଜି ଓ ଜୋନାଥନ ଗ୍ରୋଥଙ୍କୁ ହରାଇ ସେ ଏହି ସଫଳତା ପାଇଥିଲେ। ଅଭିଜ୍ଞ କମଲ ୨ଟି ସ୍ଥାନ ଉପରକୁ ଉଠି ୩୬ ତମ ସ୍ଥାନ ଅଧିକାର କରିଛନ୍ତି। ସେହିପରି ଆଇଟିଟିଏଫ୍‌ ଚ୍ୟାଲେଞ୍ଜ୍‌ ଇଣ୍ଡୋନେସିଆ ହରମିତ ଦେଶାଇ ୧୯ଟି ସ୍ଥାନ ଉପରକୁ ଉଠି ୮୫ତମ ସ୍ଥାନରେ ରହିବା ସହ ଟପ୍‌ -୧୦୦ରେ ସ୍ଥାନ ପାଇଛନ୍ତି। ଦଳୀୟ ର଼୍ୟାଙ୍କିଙ୍ଗ୍‌ରେ ଚାଇନା ୧ ନମ୍ବର ସ୍ଥାନ ଅଧିକାର କରିଥିବା ବେଳେ ଜାପାନ ଓ ଜର୍ମାନୀ ଯଥ୍ରକ୍ରମେ ଦ୍ୱିତୀୟ ଓ ଦୃତୀୟ ସ୍ଥାନରେ ରହିଛନ୍ତି।
ମହିଳା ର଼୍ୟାଙ୍କିଙ୍ଗ୍‌ରେ ମନିକା ବାତ୍ରା ୬୧ତମ ସ୍ଥାନରେ ପୂର୍ବପରି ରହି ଶ୍ରେଷ୍ଠ ଭାରତୀୟ ସାବ୍ୟସ୍ତ ହୋଇଛନ୍ତି। ସେହିପରି ଅହିକା ମୁଖାର୍ଜୀ ୧୧୮ ଓ ମାଧୁରିକା ପଟକାର ୧୨୪ତମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri