Posted inଖେଳ

କ୍ୟୁରେଟର ଦଲ୍‌ଜିତଙ୍କୁ କୋହଲି, ଶାସ୍ତ୍ରୀଙ୍କ ସମ୍ବର୍ଦ୍ଧନା

ମୋହଲି, ୧୯।୯(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ହେଡ୍‌ କୋଚ୍‌ ରବି ଶାସ୍ତ୍ରୀ ବୁଧବାର ଅଭିଜ୍ଞ କ୍ୟୁରେଟର ଦଲଜିତ୍‌ ସିଂଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏଠାରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ ପୂର୍ବରୁ କିଛିଦିନ ତଳେ ଅବସର ଗ୍ରହଣ କରିଥିବା ଦଲଜିତ୍‌ଙ୍କୁ ବିଶେଷ ଭାବେ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମୁଖ୍ୟ କୁରେଟର ହିସାବରେ ୭୭ ବର୍ଷୀୟ ଦଲଜିତ୍‌ ଅବସର ଗ୍ରହଣ କରିଥିଲେ। ସେ ଦୀର୍ଘ ୨୨ ବର୍ଷ ଧରି ଭାରତୀୟ କ୍ରିକେଟ ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରିଆସିଛନ୍ତି। ଏହି ମ୍ୟାଚ୍‌ରେ ମଧ୍ୟ ସେ ପିଚ୍‌ ପ୍ରସ୍ତୁତିର ତଦାରଖ କରିଥିଲେ। ଏହି ଅବସରରେ କୋହଲି ଓ ଶାସ୍ତ୍ରୀ ଦଲଜିତ୍‌ଙ୍କୁ ଏକ ଫଳକ ପ୍ରଦାନ କରିଥିଲେ। ଦଲଜିତ୍‌ ମଧ୍ୟ ପୂର୍ବରୁ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳିଛନ୍ତି। ସେ ପଞ୍ଜାବ ପାଇଁ ୮୭ଟି ମ୍ୟାଚ୍‌ ଖେଳିଛନ୍ତି। ଭାରତୀୟ କ୍ରିକେଟକୁ ତାଙ୍କର ଅବଦାନ ପାଇଁ ବିଶେଷ ଭାବେ ସମ୍ମାନିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଦିଲ୍ଲୀର ପ୍ଲେଅଫ୍‌ ଆଶା ଉଜ୍ଜୀବିତ

ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri