Posted inଫୁରସତ

କ୍ୱାରାଣ୍ଟାଇନରେ ନ ରହିବାରୁ ଲାଠି ଧରି ଗୋଡାଇଲେ ଡାକ୍ତର

ରାଜସ୍ଥାନ, ୧୦ା୪- ବାହାରୁ ଅାସିଥତ୍ବା ଜଣେ ଯୁବକଙ୍କୁ ହୋମ କ୍ୱାରାଣ୍ଟାଇନରେ ରହିବାକୁ କୁହାଯାଇଥତ୍ଲେ ହେଁ ଏହାକୁ ନ ମାନିବାରୁ ଜଣେ ଡାକ୍ତର ତାଙ୍କୁ ଲାଠି ଧରି ଗୋଡାଇବା ଘଟଣା ରାଜସ୍ଥାନ ମକରାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଉକ୍ତ ଅଞ୍ଚଳର ୩୮ ବର୍ଷର ଜଣେ ଯୁବକ ବାହାରୁ ଘରକୁ ଆସିବା ପରେ ତାଙ୍କୁ ହୋମ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ଗୁରୁବାର ଡାକ୍ତର ଆବିଦ ହୁସେନଙ୍କ ଏକ ଟିମ୍ ଯୁବକଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ସେଠାରେ ପହଞ୍ଚିଥିଲେ। ସେତେବେଳେ ଯୁବକ ଜଣକ ଘରୁ ବାହାରକୁ ବାହାରି ଆସିଥିଲେ। ଡାକ୍ତର ଆବିଦ ତାଙ୍କ ନିକଟକୁ ଯାଇ ଘରେ ରହିବାକୁ ପରାମର୍ଶ ଦେଇଥିଲେ।  ବୁଝାଇବା ସତ୍ତ୍ୱେ ଯୁବକ ଜଣକ ଘରକୁ ଯାଇ ନ ଥିଲେ।  ସେହି ସମୟରେ ଆଖପାଖର ଲୋକେ ମଧ୍ୟ ସେଠାରେ ଜମା ହୋଇଯାଇଥିଲେ।  ଫଳରେ ଡାକ୍ତର ବେକରୁ ଷ୍ଟେଥୋସ୍କୋପ କାଢି ନିଜ କାରରେ ରଖିଥିବା ଏକ ଲାଠି ବାହାର କରିଥିଲେ ଏବଂ ଯୁବକଙ୍କୁ ଘରକୁ ଯିବାକୁ କହି ତାଙ୍କ ପଛରେ ଗୋଡାଇଥିଲେ। ପରେ ଯୁବକ ଜଣକ ଭୟରେ ତାଙ୍କ ଘରେ ପଶି ଭିତରକୁ କବାଟ ବନ୍ଦ କରିଦେଇଥିଲେ। ଏ ସମ୍ପର୍କରେ ଡାକ୍ତର ହୁସେନ କହିଛନ୍ତି, ଅବହେଳା ଯୋଗୁ କରୋନା ସଂକ୍ରମଣର ଆଶଙ୍କା ଅଧିକ  ରହିଛି । ଡାକ୍ତରମାନେ ବହୁ ପରିଶ୍ରମ କରି ସମସ୍ତଙ୍କୁ ସୁସ୍ଥ ରଖିବାକୁ ଚେଷ୍ଟା କରୁଛନ୍ତି। ତେଣୁ ଲୋକେ ସେମାନଙ୍କୁ ସହଯୋଗ କରିବା ଆବଶ୍ୟକ। ଏହା ଦ୍ୱାରା ଲୋକଙ୍କୁ କରୋନା ସଂକ୍ରମଣରୁ ରୋକାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପ୍ରଥମ ରୋଜଗାର ଟଙ୍କା ବାପା-ବୋଉ ହାତକୁ ବଢାଇ ଦେବାର ସତ୍‌ ସାହସ ନ ଥିଲା: ପରେ ମୋ ପଇସାରେ ବାପାଙ୍କ ଲୋନ୍‌ କ୍ଲିଅର କରିଥିଲି

ଏତେ ବର୍ଷ ପରେ ନିଜ ପହିଲି ରୋଜଗାରର ପୁଲକ ବିଷୟରେ କିଛି ଲେଖିବାକୁ ଆରମ୍ଭ କଲା ବେଳେ ଟିକେ ଭାବପ୍ରବଣ ହୋଇ ଉଠୁଛି ମନ। ଦୃଶ୍ୟପଟ୍ଟରେ ଭାସି…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri