କ୍ୱାରାଣ୍ଟାଇନ୍‌ରେ ଥିବା ଲୋକଙ୍କୁ କିଟ୍‌

ଢେଙ୍କାନାଳ ଅଫିସ, ୨୮।୪

ଢେଙ୍କାନାଳ ପୌରାଞ୍ଚଳସ୍ଥିତ ଜର୍ଜ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ କଲ୍ୟାଣ ମଣ୍ଡପ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସଙ୍ଗରୋଧରେ ଥିବା ୫୦ ଶ୍ରମିକ, ବୁଲା ବିକାଳିଙ୍କୁ ସୋମବାର ଜିଲା ରେଡ୍‌କ୍ରସ୍‌ ପକ୍ଷରୁ ନିତ୍ୟ ବ୍ୟବହାର୍ଯ୍ୟ କିଟ୍‌ ବଣ୍ଟନ କରାଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଉପସ୍ଥିତ ରହି କରୋନା ବିଷୟରେ ସଚେତନ କରାଇବା ସହ ଏହି କିଟ୍‌ ପ୍ରଦାନ କରିଥିଲେ।
ପୁରୁଷଙ୍କୁ ଲୁଙ୍ଗି, ଗାମୁଛା, ହାପ୍‌ପ୍ୟାଣ୍ଟ, ଦାନ୍ତଘଷା ଉପକରଣ, ସାବୁନ ଏବଂ ମହିଳାଙ୍କୁ ଶାଢି ସମେତ ଅନ୍ୟାନ୍ୟ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରଦାନ କରାଯାଇଥିଲା। ଲକ୍‌ଡାଉନ ନ ଉଠିବା ଯାଏ କ୍ୱାରାଣ୍ଟାଇନ ହୋମ୍‌ ଛାଡି ଅନ୍ୟତ୍ର ନ ଯିବାକୁ ଜିଲାପାଳ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମରେ ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ, ତହସିଲଦାର ଲକ୍ଷ୍ମୀଧର ରାଉତ, ଆପାତ୍‌କାଳୀନ ଅଧିକାରୀ ଶଶାଙ୍କ ଶେଖର ମିଶ୍ର, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରଞ୍ଜନ କୁମାର ରାଉତ, ରେଡ୍‌କ୍ରସ୍‌ ଶାଖା ଉପସଭାପତି ବିରଞ୍ଚତ୍ ନାରାୟଣ ପାଣି, ସଦସ୍ୟ ରାଜକିଶୋର ବେହେରାଙ୍କ ସମେତ ସ୍ବେଚ୍ଛାସେବୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଜିଲାରେ ବିଭିନ୍ନ ସ୍ଥାନରେ ହୋଇଥିବା ୬୮ ଅସ୍ଥାୟୀ କ୍ୱାରାଣ୍ଟାଇନ ହୋମ୍‌ରେ ନାଗପୁର, ଛତିଶଗଡ଼, ବିହାର, ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଅଞ୍ଚଳର ୧୫୦୦ ଲୋକଙ୍କୁ ରଖାଯାଇଛି। ସେମାନଙ୍କ ପାଇଁ ପ୍ରଶାସନ ପକ୍ଷରୁ ଖାଦ୍ୟପେୟର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର

ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri