କ୍ୱାରାଣ୍ଟାଇନ୍‌ରେ ରହିଲେ ୨୧୭ ସୁରଟ ଫେରନ୍ତା, ଅନ୍ୟ କେହି କେନ୍ଦ୍ର ନିକଟକୁ ଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କହିଲେ ଜିଲାପାଳ

ଛତ୍ରପୁର,୩୦ା୪(ଡି.ଏନ୍‌.ଏ.): ସୁରଟରୁ ୪ଟି ବସ୍‌ ଯୋଗେ ୨୧୭ ପ୍ରବାସୀ ଓଡ଼ିଆ ବୁଧବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସମସ୍ତଙ୍କର ପ୍ରାଥମିକ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ପୂର୍ବାହ୍ନରେ ସୂଚନା ଦେଇଛନ୍ତି। ସମସ୍ତଙ୍କର ସ୍କ୍ରିନିଂ ପରେ ଏମାନଙ୍କୁ ଧରାକୋଟ ଓ ଶେରଗଡ଼ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଖୋଲାଯାଇଥିବା ଆଇସୋଲେଶନ୍‌ ସେଣ୍ଟରରେ ୧୪ ଦିନିଆ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ସମସ୍ତଙ୍କ ପାଇଁ ଖାଇବା, ସ୍ବଚ୍ଛ ପାନୀୟ ଜଳ, ସ୍ବାସ୍ଥ୍ୟ ଯାଞ୍ଚ ଆଦି ଆନୁସଙ୍ଗିକ ବ୍ୟବସ୍ଥା ପ୍ରଶାସନ ପକ୍ଷରୁ କରାଯାଇଛି। ପ୍ରତି ଆଇସୋଲେଶନ ସେଣ୍ଟର ପାଇଁ ଜଣେ ଲେଖାଏ ନୋଡାଲ ଅଫିସରଙ୍କୁ ନିଯୁକ୍ତ କରାଯାଇଛି। ସ୍ବତନ୍ତ୍ର କୋଭିଡ୍‌ ଆମ୍ବୁଲାନ୍ସ, ଡାକ୍ତରୀ ଟିମ୍‌, ଦମକଳ ବାହିନୀ ସେଠାରେ ଉପସ୍ଥିତ ଅଛନ୍ତି। ସେଣ୍ଟର ବାହାରେ ପୋଲିସ ମୁତୟନ ହୋଇଛନ୍ତି। ଅପରପକ୍ଷରେ ଏହି କେନ୍ଦ୍ରଠାରୁ ଦୂରେଇ ରହିବା ଏବଂ ଏହାର ନିକଟ ଓ କେନ୍ଦ୍ରକୁନ ଯିବାକୁ ଜନସାଧାରଣଙ୍କୁ ଜିଲାପାଳ ଅନୁରୋଧ କରିଛନ୍ତି। ଏମାନଙ୍କଠାରୁ ସଂକ୍ରମଣ ବ୍ୟାପିବାର ସମ୍ଭାବନା ରହିଛି। ଏହି କାରଣରୁ ସମସ୍ତେ ଉକ୍ତ କେନ୍ଦ୍ରଗୁଡ଼ିକଠାରୁ ଦୂରେଇ ରହିବାକୁ ପଡ଼ିବ। ଯଦି କିଏ ଏଥିରେ ଖିଲାପ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସତର୍କ କରାଇ ଦେଇଛନ୍ତି। ଛତ୍ରପୁରସ୍ଥିତ କୋଭିଡ୍‌ ସେଲ୍‌ ଏହାର ମନିଟରିଂ କରୁଛନ୍ତି। ଏହି ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଧରାକୋଟର ୫୮ ଜଣ, ଶେରଗଡ଼ର ୪୩, ବେଲଗୁଣ୍ଠାର ୩୩, ଆସିକାର ୧୮, ଜଗନ୍ନାଥପ୍ରସାଦର ୨୦, ଭଞ୍ଜନଗରର ୧୧, ହିଞ୍ଜିଳିର ୭, ସାନଖେମୁଣ୍ଡିର ୧୦, ପୋଲସରା, ବୁଗୁଡ଼ା ଓ ପୁରୁଷୋତ୍ତମପୁର ୨ ଜଣ ଲେଖାଏ, ସୋରଡ଼ାର ୯, କବିସୂର୍ଯ୍ୟନଗର ଓ ଦିଗପହଣ୍ଡିର ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri