କ୍ୱାରାଣ୍ଟାଇନ୍‌ରେ ରହିଲେ ୨୧୭ ସୁରଟ ଫେରନ୍ତା, ଅନ୍ୟ କେହି କେନ୍ଦ୍ର ନିକଟକୁ ଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କହିଲେ ଜିଲାପାଳ

ଛତ୍ରପୁର,୩୦ା୪(ଡି.ଏନ୍‌.ଏ.): ସୁରଟରୁ ୪ଟି ବସ୍‌ ଯୋଗେ ୨୧୭ ପ୍ରବାସୀ ଓଡ଼ିଆ ବୁଧବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସମସ୍ତଙ୍କର ପ୍ରାଥମିକ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ପୂର୍ବାହ୍ନରେ ସୂଚନା ଦେଇଛନ୍ତି। ସମସ୍ତଙ୍କର ସ୍କ୍ରିନିଂ ପରେ ଏମାନଙ୍କୁ ଧରାକୋଟ ଓ ଶେରଗଡ଼ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଖୋଲାଯାଇଥିବା ଆଇସୋଲେଶନ୍‌ ସେଣ୍ଟରରେ ୧୪ ଦିନିଆ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ସମସ୍ତଙ୍କ ପାଇଁ ଖାଇବା, ସ୍ବଚ୍ଛ ପାନୀୟ ଜଳ, ସ୍ବାସ୍ଥ୍ୟ ଯାଞ୍ଚ ଆଦି ଆନୁସଙ୍ଗିକ ବ୍ୟବସ୍ଥା ପ୍ରଶାସନ ପକ୍ଷରୁ କରାଯାଇଛି। ପ୍ରତି ଆଇସୋଲେଶନ ସେଣ୍ଟର ପାଇଁ ଜଣେ ଲେଖାଏ ନୋଡାଲ ଅଫିସରଙ୍କୁ ନିଯୁକ୍ତ କରାଯାଇଛି। ସ୍ବତନ୍ତ୍ର କୋଭିଡ୍‌ ଆମ୍ବୁଲାନ୍ସ, ଡାକ୍ତରୀ ଟିମ୍‌, ଦମକଳ ବାହିନୀ ସେଠାରେ ଉପସ୍ଥିତ ଅଛନ୍ତି। ସେଣ୍ଟର ବାହାରେ ପୋଲିସ ମୁତୟନ ହୋଇଛନ୍ତି। ଅପରପକ୍ଷରେ ଏହି କେନ୍ଦ୍ରଠାରୁ ଦୂରେଇ ରହିବା ଏବଂ ଏହାର ନିକଟ ଓ କେନ୍ଦ୍ରକୁନ ଯିବାକୁ ଜନସାଧାରଣଙ୍କୁ ଜିଲାପାଳ ଅନୁରୋଧ କରିଛନ୍ତି। ଏମାନଙ୍କଠାରୁ ସଂକ୍ରମଣ ବ୍ୟାପିବାର ସମ୍ଭାବନା ରହିଛି। ଏହି କାରଣରୁ ସମସ୍ତେ ଉକ୍ତ କେନ୍ଦ୍ରଗୁଡ଼ିକଠାରୁ ଦୂରେଇ ରହିବାକୁ ପଡ଼ିବ। ଯଦି କିଏ ଏଥିରେ ଖିଲାପ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସତର୍କ କରାଇ ଦେଇଛନ୍ତି। ଛତ୍ରପୁରସ୍ଥିତ କୋଭିଡ୍‌ ସେଲ୍‌ ଏହାର ମନିଟରିଂ କରୁଛନ୍ତି। ଏହି ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଧରାକୋଟର ୫୮ ଜଣ, ଶେରଗଡ଼ର ୪୩, ବେଲଗୁଣ୍ଠାର ୩୩, ଆସିକାର ୧୮, ଜଗନ୍ନାଥପ୍ରସାଦର ୨୦, ଭଞ୍ଜନଗରର ୧୧, ହିଞ୍ଜିଳିର ୭, ସାନଖେମୁଣ୍ଡିର ୧୦, ପୋଲସରା, ବୁଗୁଡ଼ା ଓ ପୁରୁଷୋତ୍ତମପୁର ୨ ଜଣ ଲେଖାଏ, ସୋରଡ଼ାର ୯, କବିସୂର୍ଯ୍ୟନଗର ଓ ଦିଗପହଣ୍ଡିର ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri